Weather Update: ୧୩ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
Advertisement

Weather Update: ୧୩ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

Weather Update: ମଙ୍ଗଳବାର ଦିନ ଉତ୍ତରପ୍ରଦେଶର ମଧ୍ଯ ଦେଇ ପଶ୍ଚିମବଙ୍ଗର ବାଲୁଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ହେବା ନେଇ ସମ୍ଭାବନା ରହିଛି ।

ସୌ(ସୋସିଆଲ ମିଡିଆ)

Weather Update: ବର୍ତ୍ତମାନ ରାଜ୍ୟରେ ମୌସୁମୀ (Monsoon 2023) ପ୍ରବାହ ଦୁର୍ବଳ ରହିଥିବା ବେଳେ ଅନ୍ୟପଟେ ମୌସୁମୀ ନିମ୍ନ ଚାପ-ରେଖା ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଅବସ୍ଥାନ କରିଛି । ଏହା ମଙ୍ଗଳବାର ଦିନ ଉତ୍ତରପ୍ରଦେଶର ମଧ୍ଯ ଦେଇ ପଶ୍ଚିମବଙ୍ଗର ବାଲୁଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତ ହେବା ନେଇ ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ,ବୁଧବାର ଦିନ ଅପରାହ୍ନରେ ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଯାଜପୁର, ବାଲେଶ୍ବର, କନ୍ଧମାଳ, ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି (Thunderstorm) ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି। ତେଣୁ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ (Yellow alert) ଜାରି କରାଯାଇଛି। ସେହିପରି ଆଗମୀ ୧୭ ଓ ୧୮ ତାରିଖ ଦିନ ରାଜ୍ୟରେ ବର୍ଷାର (Heavy Rain) ପରିମାଣ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ୨୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଉଛି । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ୧୮ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଓ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି (Temperature High) ପାଇଛି। ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ମୌସୁମୀ (Monsoon) ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ । ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ । ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ । ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ । କେବଳ ଓଡ଼ିଶା ନୁହେଁ, ବର୍ତ୍ତମାନ ସାରା ଦେଶରେ ମୌସୁମୀ ନିଷ୍କ୍ରିୟ ରହିଛି। ଓଡ଼ିଶାକୁ ପଶ୍ଚିମା ପବନ ପ୍ରବାହିତ ହେଉଥିବାରୁ ଗରମ ଅନୁଭୂତ ହେଉଛି। ଅନ୍ୟପଟେ ସାମୁଦ୍ରିକ ପବନ ଆସୁନ ଥିବାରୁ ତାପମାତ୍ରା ମଧ୍ଯ ହ୍ରାସ ହେଉନାହିଁ।

ପ୍ରକାଶ ଥାଉ କି, ଗତ ଜୁନ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୬୫୩.୮ ମିମି ବର୍ଷା ହୋଇଛି । ସାଧାରଣତଃ ଏହି ସମୟ ମଧ୍ଯରେ ରାଜ୍ୟରେ ୬୯୮.୪ ମିମି ବର୍ଷା ହୋଇଥାଏ । ତେବେ ବର୍ତ୍ତମାନ ରାଜ୍ୟରେ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଏବେ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ଓ ଅବଶିଷ୍ଟ ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ସୂଚନା ରହିଛି ।