Weather Update: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଫଳରେ ରବିବାର ଦିନ ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବର୍ଷା (Rain) ହୋଇଛି । ସେପଟେ ମୌସୁମୀ ଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବଭାଗ ଗୋରଖପୁର, ବାଲୁରଘାଟରୁ ମଣିପୁର, ଦରଭଙ୍ଗା ଆଡ଼କୁ ଲମ୍ବିଛି, ଯାହା ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ତେବେ ରାଜ୍ୟରେ ଆସନ୍ତା ଦୁଇ ଦିନ ପାଗ ଶୁଖିଲା ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।


COMMERCIAL BREAK
SCROLL TO CONTINUE READING

 



ସୂଚନା ଅନୁଯାୟୀ, ଆସନ୍ତା ଦୁଇ ଦିନ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଅର୍ଥାତ୍ ରାକ୍ଷୀ ପୂର୍ଣ୍ଣିମା ଆଡକୁ ରାଜ୍ୟରେ ପୁଣି ବର୍ଷାର ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି (Thunderstorm) ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ବିଭାଗ କହିଛି । ସେହିପରି ୩୧ ତାରିଖରେ ମଧ୍ଯ ବର୍ଷା ହେବା ନେଇ ସମ୍ଭବନା ରହିଛି । ତେବେ ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରେ ଲଘୁଚାପ (low pressure) ସୃଷ୍ଟି ନେଇ ପାଗ ଅନୁକୂଳ ହେବ ବୋଲି ଅନୁମାନ କରାଯାଉଛି । ଏହାସହ ଉତ୍ତର-ପୂର୍ବ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏହି ସମୟରେ ଢେଙ୍କାନାଳ ଓ ଅନୁଗୁଳ, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି କୁହାଯାଉଛି।



ପ୍ରକାଶ ଥାଉ କି, ଗତ ଜୁନ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୬୫୩.୮ ମିମି ବର୍ଷା ହୋଇଛି । ସାଧାରଣତଃ ଏହି ସମୟ ମଧ୍ଯରେ ରାଜ୍ୟରେ ୬୯୮.୪ ମିମି ବର୍ଷା ହୋଇଥାଏ । ତେବେ ବର୍ତ୍ତମାନ ରାଜ୍ୟରେ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଏବେ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ଓ ଅବଶିଷ୍ଟ ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ସୂଚନା ରହିଛି ।


Also Read-Jayanta Mohapatra Passes Away: ପଦ୍ମଶ୍ରୀ ଜୟନ୍ତ ମହାପାତ୍ର କେମିତି ପରିଚିତ