Weather Update: ଆଉ ଏକ ଲଘୁଚାପ ସମ୍ଭାବନା! ପ୍ରବଳ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ଆଲର୍ଟ ଜାରି
Advertisement

Weather Update: ଆଉ ଏକ ଲଘୁଚାପ ସମ୍ଭାବନା! ପ୍ରବଳ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ଆଲର୍ଟ ଜାରି

Weather Update: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଫଳରେ ଏହାର ପ୍ରଭାବରେ ସୋମବାର ଦିନ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ସୌ(ସୋସିଆଲ ମିଡିଆ)

Weather Update: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ୫.୮ କିମି ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ଯରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଞ୍ଚଳରେ ଲଘୁଚାପ (low pressure) ନେଇ ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ସୋମବାର ଦିନ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା (Rain) ହେବା ନେଇ ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy Rain) ହେବା ନେଇ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅନ୍ୟପଟେ ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ବରଗଡ଼, ବୌଦ୍ଧ, ସୋନପୁର, ଖୋର୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ଓ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ଏହିସବୁ ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ (Yellow alert) ଜାରି କରାଯାଇଛି ।

ସେପଟେ ଅବଶିଷ୍ଟ ସ୍ଥାନ ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ତେବେ ଆଗାମୀ ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ କମିପାରେ । ଅବଶ୍ୟ ସେହି ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

Also Read-Puri Jagannath Temple: ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Also Read-Top 10 News Headlines: ସଂକ୍ଷେପରେ ପଢନ୍ତୁ ସକାଳର 10ଟି ବଡ଼ ଖବର