Weather Update: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
Advertisement

Weather Update: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

Weather Update: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଏହି ୩ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଜାରି କରାଯାଇଛି ।

ସୌ(ସୋସିଆଲ ମିଡିଆ)

Weather Update: ସୋମବାର ଦିନ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିଲା । ଫଳରେ ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy Rain) ହୋଇଥିବା ଦେଖିବାକୁ ମିଳିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ (low pressure) କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବରେ ମଙ୍ଗଳବାର ଦିନ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଫଳରେ ଏହି ୩ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ (Bhubaneswar Meteorological Department) ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଜାରି କରାଯାଇଛି ।

ସୂଚନା ଅନୁଯାୟୀ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ‌ସୁବର୍ଣ୍ଣପୁର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ୭୦ରୁ ୧୧୦ ମି.ମି ବର୍ଷା ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (Yellow alert ) ଜାରି କରାଯାଇଛି । ସେହିପରି ମଙ୍ଗଳବାର ଦିନ ବଲାଙ୍ଗୀର, କଳାହାଣ୍ତି, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ତେବେ ଆଗାମୀ ୭ ତାରିଖ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପ୍ରକାଶ ଥାଉ କି, ଗତ ୨୪ ଘଣ୍ଚାରେ ରାଜ୍ୟରେ ବିସ୍ତୃତ ବର୍ଷା ରେକର୍ଡ଼ ହୋଇଛି । ଯାହା ହରାହାରି ବର୍ଷା ତୁଳନାରେ ପ୍ରାୟ ୧୪ ପ୍ରତିଶତ ଅଧିକ ରହିଛି । କଟକ ଜିଲ୍ଲା ବାଙ୍ଗୀଠାରେ ସର୍ବାଧିକ ୧୩୩ ମି.ମି ବର୍ଷା ରେକର୍ଡ଼ କରାଯାଇଛି । ତେବେ ଗତ ଜୁନ୍ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୮୧୫.୨ ମିମି ବର୍ଷା ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୧୪% କମ୍‌ ଅଟେ। ତେବେ ରାଜ୍ୟର ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଅନ୍ୟ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ ହୋଇଛି।

Also Read-Teacher’s Day 2023: ଆଜି ଗୁରୁ ଦିବସ, ଗୁରୁ ଦିବସ ପାଳନର ଉଦ୍ଦେଶ୍ୟ କ’ଣ?