Weather Update: ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି
Advertisement
Article Detail0/zeeodisha/odisha1868791

Weather Update: ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି

Weather Update: ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ତେଣୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ଯରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ (low pressure) କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ସୌ(ସୋସିଆଲ ମିଡିଆ)

ସୂଚନା ଅନୁଯାୟୀ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଦିନ କଳାହାଣ୍ତି , ବଲାଙ୍ଗୀର, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଆଦି ଜିଲ୍ଲାର କିଛି ଅଞ୍ଚଳ ସେପଟେ ପୁରୀ, ଗଞ୍ଜାମ, ଗଜପତି, ନୂଆପଡ଼ା, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ରାୟଗଡ଼ା ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain)  ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ କୁହାଯାଇଛି। ତେବେ ବୁଧବାର ଦିନ ଗଞ୍ଜାମ, କନ୍ଧମାଳ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ଏହିସବୁ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ (Red Warning) ଜାରି କରାଯାଇଛି । ଅନ୍ୟପଟେ ଯାଜପୁର, ଗଜପତି, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ତି , ନୂଆପଡ଼ା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଜାରି କରାଯାଇଛି । ତେବେ ଆସନ୍ତା ୧୫ ତାରିଖ ଯାଏଁ ସାରା ରାଜ୍ୟରେ ବର୍ଷା ଜାରି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ପ୍ରକାଶ ଥାଉ କି, ଜୁନ୍‌ ମାସରୁ ସେପ୍ଟେମ୍ବର ୧୧ ତାରିଖ ମଧ୍ୟରେ ରାଜ୍ୟରେ ସର୍ବମୋଟ ୮୯୧.୮ ମି.ମି ବର୍ଷା ହୋଇଯାଇଛି । ଯାହାକି ସ୍ବାଭାବିକ ବର୍ଷା ୧୦୧୮.୪ ମି.ମି ତୁଳନାରେ ୧୨% କମ୍‌ ଅଟେ। ଏହି ସମୟ ମଧ୍ୟରେ ୧୦ ଜିଲ୍ଲାରେ ଅଭାବୀ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି।