Weather Update: ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସର୍ତକ କଲା ପାଣିପାଗ ବିଭାଗ, ମତ୍ସଜୀବୀଙ୍କୁ ସମୁଦ୍ର ମନା
Advertisement
Article Detail0/zeeodisha/odisha1794708

Weather Update: ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସର୍ତକ କଲା ପାଣିପାଗ ବିଭାଗ, ମତ୍ସଜୀବୀଙ୍କୁ ସମୁଦ୍ର ମନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର (low pressure) । ପଶ୍ଚିମ- କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସଂଧ୍ଯାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଏହା ଅବପାତର (Deep Depression) ରୂପ ନେଇପାରେ । ପରେ ଏହା ଧୀରେ ଧୀରେ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର- ଆ

ସୌ(ସୋସିଆଲ ମିଡିଆ)

Weather Update: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର (low pressure) । ପଶ୍ଚିମ- କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସଂଧ୍ଯାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଏହା ଅବପାତର (Deep Depression) ରୂପ ନେଇପାରେ । ପରେ ଏହା ଧୀରେ ଧୀରେ ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର- ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ଯ ଦେଇ ଗତି କରିବା ନେଇ ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସୂଚନାଯୋଗ୍ୟ, ଲଘୁଚାପ ଓ ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ ତଥା ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା (Heavy rain) ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାସହ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ମଧ୍ଯ ବୋହିପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ବେଳେ ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିବା, ତୀବ୍ର ବୃଷ୍ଟିପାତ ସମୟରେ ରାସ୍ତାରେ ଦୃଶ୍ୟମାନ ଦୂରତା କମିବା, ଯାତାୟାତ ବାଧାପ୍ରାପ୍ତ ହେବା, ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବା  ନେଇ ଆଶଙ୍କା ରହିଛି। ଏନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ (Orange alert) ଜାରି କରାଯାଇଛି । ଆଜି ପାଇଁ ରାୟଗଡା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ପୁରୀ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ସେହିପରି ବୁଧବାର ଦିନ ପାଇଁ ନବରଙ୍ଗପୁର, କଳାହାଣ୍ତି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ମଧ୍ୟରେ ସମୁଦ୍ର ଅଶାନ୍ତ ରହିଥିବାରୁ ଏହି ସମୟ ମଧ୍ଯରେ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ (warning for fishermen) କରାଯାଇଛି ।

ବଙ୍ଗୋପସାଗର ରେ ସକ୍ରିୟ #ଲଘୁଚାପ କ୍ଷେତ୍ର !! pic.twitter.com/CFFtfbGurN

ସେପଟେ, ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ହୋଇଥିବା ବର୍ଷା ଚାଷ କାର୍ଯ୍ୟ ପାଇଁ ଅନୁକୂଳ ହୋଇଛି । ଗତ ୨୦୧୮ ମସିହା ଜୁଲାଇ ମାସରେ ଗୋଟିଏ ଅବପାତ, ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ଗୋଟିଏ ଲଘୁଚାପ ସୃଷ୍ଟି ହୋଇଥିଲା । ସେହିବର୍ଷ ଜୁଲାଇରେ ୪୩୪.୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହା ସ୍ବାଭାବିକଠାରୁ ୨୯% ଅଧିକ ଥିଲା ।  ସେହିପରି ୨୦୧୯ ମସିହାରେ ରାଜ୍ୟରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ୩ଟି ଲଘୁଚାପ ‌ସୃଷ୍ଟି ହୋଇଥିଲା । ସେହି ବର୍ଷ ରାଜ୍ୟରେ ୩୦୦.୩ ମିମି ବର୍ଷା ହୋଇଥିଲା । ଯାହାକି ସ୍ବାଭାବିକଠାରୁ ୨୯% କମ୍ ଥିଲା । ମାତ୍ର ୨୨୪.୮ ମିମି ବର୍ଷା ସହ ୩୫ ପ୍ରତିଶତ କମ୍ ବର୍ଷା ସେହିବର୍ଷ ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି କରିଥିଲା ।  ୨୦୧୧ ମସିହାରେ ଗୋଟିଏ ଲଘୁଚାପ ଓ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହୋଇଥିଲା ଯାହା  ମଧ୍ଯ ଅନୁରୂପ ଭାବେ ଜୁଲାଇରେ ନିଅଣ୍ଟିଆ ବର୍ଷା ସ୍ଥିତି ସୃଷ୍ଟି କରିଥିଲା ।