Weather Update: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର (low pressure) । ପଶ୍ଚିମ- କେନ୍ଦ୍ରୀୟ ଓ ତତ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସଂଧ୍ଯାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜି ଏହା ଅବପାତରେ (Deep Depression) ପରିଣତ ହୋଇପାରେ । ପରେ ଏହା ଧୀରେ ଧୀରେ ଉତ୍ତର- ପଶ୍ଚିମ ଦିଗ ଦେଇ ଉତ୍ତର- ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବା ନେଇ ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।



COMMERCIAL BREAK
SCROLL TO CONTINUE READING

ସୂଚନାଯୋଗ୍ୟ, ଲଘୁଚାପ ଓ ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ ତଥା ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା (Heavy rain) ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାସହ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ମଧ୍ଯ ବୋହିପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ବେଳେ ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣି ଜମିବା, ତୀବ୍ର ବୃଷ୍ଟିପାତ ସମୟରେ ରାସ୍ତାରେ ଦୃଶ୍ୟମାନ ଦୂରତା କମିବା, ଯାତାୟାତ ବାଧାପ୍ରାପ୍ତ ହେବା, ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବା ନେଇ ଆଶଙ୍କା ରହିଛି। ଆଜି ନବରଙ୍ଗପୁର, କଳାହାଣ୍ତି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ (Orange alert) ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ଟି ଜିଲ୍ଲା ଯଥା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ (Yellow alert) ଜାରି କରାଯାଇଛି ।


Also Read-Draupadi Murmu: ଆଜି କଟକ ଚଣ୍ତୀ ମନ୍ଦିର ଯାଇ ଦର୍ଶନ କରିବେ ରାଷ୍ଟ୍ରପତି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ


ସେପଟେ, ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ହୋଇଥିବା ବର୍ଷା ଚାଷ କାର୍ଯ୍ୟ ପାଇଁ ଅନୁକୂଳ ହୋଇଛି । ଗତ ୨୦୧୮ ମସିହା ଜୁଲାଇ ମାସରେ ଗୋଟିଏ ଅବପାତ, ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ଗୋଟିଏ ଲଘୁଚାପ ସୃଷ୍ଟି ହୋଇଥିଲା । ସେହିବର୍ଷ ଜୁଲାଇରେ ୪୩୪.୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହା ସ୍ବାଭାବିକଠାରୁ ୨୯% ଅଧିକ ଥିଲା ।  ସେହିପରି ୨୦୧୯ ମସିହାରେ ରାଜ୍ୟରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଓ ୩ଟି ଲଘୁଚାପ ‌ସୃଷ୍ଟି ହୋଇଥିଲା । ସେହି ବର୍ଷ ରାଜ୍ୟରେ ୩୦୦.୩ ମିମି ବର୍ଷା ହୋଇଥିଲା । ଯାହାକି ସ୍ବାଭାବିକଠାରୁ ୨୯% କମ୍ ଥିଲା । ମାତ୍ର ୨୨୪.୮ ମିମି ବର୍ଷା ସହ ୩୫ ପ୍ରତିଶତ କମ୍ ବର୍ଷା ସେହିବର୍ଷ ରାଜ୍ୟରେ ମରୁଡି ପରିସ୍ଥିତି ସୃଷ୍ଟି କରିଥିଲା ।  ୨୦୧୧ ମସିହାରେ ଗୋଟିଏ ଲଘୁଚାପ ଓ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହୋଇଥିଲା ଯାହା  ମଧ୍ଯ ଅନୁରୂପ ଭାବେ ଜୁଲାଇରେ ନିଅଣ୍ଟିଆ ବର୍ଷା ସ୍ଥିତି ସୃଷ୍ଟି କରିଥିଲା ।