Weather Update: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଲଘୁଚାପ (low pressure) କ୍ଷେତ୍ର ସୃଷ୍ଚି ହେବା ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ଲାଗି ରହିଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି ।


COMMERCIAL BREAK
SCROLL TO CONTINUE READING

ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ କଟକ, ଢେଙ୍କାନାଳ, ‌ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବରଗଡ଼, ଗଜପତି, ବଲାଙ୍ଗୀର, କଳାହାଣ୍ତି ଓ ସୋନପୁର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।



ଆସନ୍ତା ୨୦ ତାରିଖ ଦିନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ପ୍ରବଳ ବର୍ଷା (Heavy Rain) ହେବ । ଖାସ କରି, ବରଗଡ଼, ସୋନପୁର, କଳାହାଣ୍ତି , ବୌଦ୍ଧ , କେନ୍ଦୁଝର, ‌ଅନୁଗୁଳ, ବଲାଙ୍ଗୀର ଓ କନ୍ଧମାଳ ଆଦି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ (Yellow alert) ଜାରି କରାଯାଇଛି । ସେହିପରି ୨୧ ତାରିଖରେ ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣଂ (Orange Warning) ଜାରି କରାଯାଇଛି ।



ପ୍ରକାଶ ଥାଉ କି, ଏହି କିଛି ଦିନର ବର୍ଷା ପରେ ୨୮ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି। ଫଳରେ ରାଜ୍ୟ‌ରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି।