Weather Update: ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୧୬ ଜିଲ୍ଲା ପାଇଁ ଆଲର୍ଟ ଜାରି
Advertisement

Weather Update: ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୧୬ ଜିଲ୍ଲା ପାଇଁ ଆଲର୍ଟ ଜାରି

Weather Update: ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ- ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ଯରେ ବୁଧବାର ଦିନ ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rain) ଜାରି ରହିଛି । ବିଶେଷ କରି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । 

ସୌ(ସୋସିଆଲ ମିଡିଆ)

Weather Update: ଲଘୁଚାପରେ (Low pressure) ପରିଣତ ହୋଇଛି ସକ୍ରିୟ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ- ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ଯରେ ବୁଧବାର ଦିନ ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rain) ଜାରି ରହିଛି । ବିଶେଷ କରି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ସେହିପରି ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ, ଆଜି ଅର୍ଥାତ୍ ବୁଧବାର ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଖାସ କରି ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପପୁର, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ‌ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଏନେଇ ବିଭାଗ ପକ୍ଷରୁ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (Yellow alert) ଜାରି କରାଯାଇଛି। ‌ଏଥିସହ ରାଜ୍ୟରେ ୮ ତାରିଖ ଯାଏଁ ବର୍ଷା ଜାରି ରହିବା ସହ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ବିଭାଗ ।

ପ୍ରକାଶ ଥାଉ କି, ଗତ ୪୮ ଘଣ୍ଚାରେ ରାଜ୍ୟରେ ବିସ୍ତୃତ ବର୍ଷା ରେକର୍ଡ଼ ହୋଇଛି । ଯାହା ହରାହାରି ବର୍ଷା ତୁଳନାରେ ପ୍ରାୟ ୧୪ ପ୍ରତିଶତ ଅଧିକ ରହିଛି । କଟକ ଜିଲ୍ଲା ବାଙ୍ଗୀଠାରେ ସର୍ବାଧିକ ୧୩୩ ମି.ମି ବର୍ଷା ରେକର୍ଡ଼ କରାଯାଇଛି । ତେବେ ଗତ ଜୁନ୍ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୮୧୫.୨ ମିମି ବର୍ଷା ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୧୪% କମ୍‌ ଅଟେ। ତେବେ ରାଜ୍ୟର ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଅନ୍ୟ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ ହୋଇଛି।

Also Read-Today Horoscope: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର