Weather Update: ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା! ଏହି ଦିନଠାରୁ ବଢିବ ଶୀତ
Advertisement
Article Detail0/zeeodisha/odisha1968813

Weather Update: ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା! ଏହି ଦିନଠାରୁ ବଢିବ ଶୀତ

Weather Update: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା (Rain) ହେବା ନେଇ ସମ୍ଭାବନା ରହିଛି । ଫଳରେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା କରାଯାଉଛି ।

ସୌ(ସୋସିଆଲ ମିଡିଆ)

Weather Update: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା (Rain) ହେବା ନେଇ ସମ୍ଭାବନା ରହିଛି । ଫଳରେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ, ପଶ୍ଚିମା ଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ସୋମବାର ଓ ମଙ୍ଗଳବାର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା (slight rain) ହେବା ନେଇ ସମ୍ଭାବନା ରହିଛି । ସୋମବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା (Rain) ହୋଇପାରେ। ସେହିପରି ୨୧ ତାରିଖ ଦିନ ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ (Bhubaneswar Meteorological Department) ପୂର୍ବାନୁମାନ କରାଯାଇଛି।

ଅନ୍ୟପଟେ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ତେବେ ଆଗାମୀ ୩ରୁ ୪ ଦିନ ପରେ ରାତି ତାପମାତ୍ରା ପାଖାପାଖି ୨ରୁ ୪ ଡିଗ୍ରୀ ଖସିବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମା (kartik purnima 2023) ଦିନ ରାଜ୍ୟରେ ଶୀତ ଅନୁଭବ ହେବ ବୋଲି ଅନୁମାନ କରାଯାଉଛି।

Also Read-ବରମୁଣ୍ଡା ବସଷ୍ଟାଣ୍ଡକୁ ଶ୍ରୀ ଜଗନ୍ନାଥଙ୍କ ନାମରେ ନାମିତ କରାଯାଉ କଳିଙ୍ଗ ସେନା