Weather Update: ୨ ଜିଲ୍ଲାରେ ଅତିପ୍ରବଳ, ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha2433033

Weather Update: ୨ ଜିଲ୍ଲାରେ ଅତିପ୍ରବଳ, ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Rain Alert :ରାଜ୍ୟରେ ବର୍ଷାର ପରିମାଣ ବଢିବ । ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Weather Update: ୨ ଜିଲ୍ଲାରେ ଅତିପ୍ରବଳ, ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather News: ଲଘୁଚାପ ଏବଂ ଗଭୀର ଅବପାତ ପ୍ରଭାବ କାରମରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡ ଉପରେ ରହିଥିବା ଗଭୀର ଅବପାତ ଆଗକୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

 ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼ ଓ କେନ୍ଦୁଝର । ଏହି ଦୁଇଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ବର୍ଷା ସମୟରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ସୂଚନା ରହିଛି ତେଣୁ ସୁନ୍ଦରଗଡ଼ ଓ କେନ୍ଦୁଝର ପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।