Weather Update: ମୌମୁମୀ ଦୁର୍ବଳ ରହିଥିବା କାରଣରୁ ଗୁଳିଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଏକ ଆଶ୍ବସ୍ତି କଲା ପରି ଖବର ଦେଇଛି। ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆଜି କିଛି ଜିଲ୍ଲାକୁ ଅରେଂଜ ଆଲର୍ଟ ଜାରି କରାଯିବା ସହ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
Trending Photos
Weather Update: ବର୍ତ୍ତମାନ ରାଜ୍ୟରେ ଦୁର୍ବଳ ରହିଛି ମୌମୁମୀ (Monsoon) । ମୌମୁମୀ ଦୁର୍ବଳ ରହିଥିବା କାରଣରୁ ଗୁଳିଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ତେବେ, ଏହାରି ଭିତରେ ପାଣିପାଗ ବିଭାଗ(IMD) ଏକ ଆଶ୍ବସ୍ତି କଲା ପରି ଖବର ଦେଇଛି। ରାଜ୍ୟରେ(Odisha ) ଆଜିଠାରୁ ବର୍ଷାର (rain) ପରିମାଣ ବୃଦ୍ଧି ପାଇବ। ବଡ ବର୍ଷା ଆଣିବ ଲଘୁଚାପ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ଅର୍ଥାତ୍ ୧୮ ତାରଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଉତ୍ତର-ପୂର୍ବ ତତ-ସଂଲଗ୍ନ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ୧୭ ଏବଂ ୧୮ ତାରିଖରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହି ସବୁ ସ୍ଥାନ ଗୁଡିକରେ ୭ ରୁ ୨୦ ସେମି ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ଅବଗତ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ !!
ସମ୍ଭାବ୍ୟ #ଲଘୁଚାପ ପ୍ରଭାବରେ ରାଜ୍ୟର କେତକ ଜିଲ୍ଲାରେ ୧୭ ଏବଂ ୧୮ ତାରିଖରେ ଗୋଟିଏ ଦୁଇଟି ସ୍ଥାନରେ #ପ୍ରବଳ ରୁ #ଅତିପ୍ରବଳ ବର୍ଷା (୭ ରୁ ୨୦ ସେମି) ସମ୍ଭାବନା ପାଇଁ ଅରେଞ୍ଜ ସତର୍କତା ଜାରିକରଯାଇଛି@airnews_cuttack @DDNewsOdia @SRC_Odisha @IPR_Odisha @PIBBhubaneswar pic.twitter.com/8WStLqSD35
— Meteorological Centre, Bhubaneswar (@mcbbsr) August 16, 2023
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ !!
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି
କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ପାଇଁ ଅରେଞ୍ଜ ସତର୍କତା ଜାରିଅବଗତ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ !!
— Meteorological Centre, Bhubaneswar (@mcbbsr) August 17, 2023
Also Read: Shukra Gochar 2023: ଗଜଲକ୍ଷ୍ମୀ ରାଜଯୋଗ କାରଣରୁ ଏହି ୪ ରାଶିର ଭାଗ୍ୟରେ ଲାଗିଲା ଲଟେରି, ହେବ ଟଙ୍କାର ବର୍ଷା !
ତେବେ, ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ (orange alert) ଜାରି କରାଯାଇଛି। ଏବଂ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସମସ୍ୟା ଦେଖାଦେବା ସହ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି । ବୁଧବାର ଦିନ ବାଲେଶ୍ବର, ଚାନ୍ଦବାଲି, ବାରିପଦା, ଝାରସୁଗୁଡ଼ା, କେନ୍ଦୁଝର, ବଲାଙ୍ଗୀର, ମାଲକାନଗିରି, ଭଦ୍ରକ, ବରଗଡ଼, ଦେବଗଡ, ନବରଙ୍ଗପୁର ଏବଂ ରାଉରକେଲାରେ ବର୍ଷା ହୋଇଛି।
ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି (Temperature High) ପାଇଛି। ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ମୌସୁମୀ (Monsoon) ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ । ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ । ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ । ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ । କେବଳ ଓଡ଼ିଶା ନୁହେଁ, ବର୍ତ୍ତମାନ ସାରା ଦେଶରେ ମୌସୁମୀ ନିଷ୍କ୍ରିୟ ରହିଛି। ଓଡ଼ିଶାକୁ ପଶ୍ଚିମା ପବନ ପ୍ରବାହିତ ହେଉଥିବାରୁ ଗରମ ଅନୁଭୂତ ହେଉଛି। ଅନ୍ୟପଟେ ସାମୁଦ୍ରିକ ପବନ ଆସୁନ ଥିବାରୁ ତାପମାତ୍ରା ମଧ୍ଯ ହ୍ରାସ ହେଉନାହିଁ।