Weather Update: ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ!
Advertisement
Article Detail0/zeeodisha/odisha1878458

Weather Update: ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ!

Weather Update: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ଲାଗି ରହିଛି । 

ସୌଜନ୍ୟ- ସୋସିଆଲ ମିଡି଼ଆ

Weather Update: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ଲାଗି ରହିଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ (Bhubaneswar Meteorological Centre) ଆକଳନ କରାଯାଇଛି । 

 

ଏହାବି ପଢନ୍ତୁ : Viral Video: ପୁଣି ଥରେ ପ୍ରେମରେ ପଡି଼ଲେ କି ବିଦୁସ୍ମିତା? ଦେଖନ୍ତୁ ଭିଡି଼ଓ

ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହି ସବୁ ଜିଲ୍ଲା ଗୁଡି଼କ ହେଲା, ଢେଙ୍କାନାଳ, ‌ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର,ସୋନପୁର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏହାସହ,  ଢେଙ୍କାନାଳ, ବରଗଡ଼, ଗଜପତି, ବଲାଙ୍ଗୀର, କଳାହାଣ୍ତି , ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼ ଓ ଅନୁଗୁଳଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  ସେହିପରି ଆସନ୍ତାକାଲିରୁ ବର୍ଷାର ପରିମାଣ ବୃଦ୍ଧି ପାଇବ।  ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ (Yellow alert) ଓ ୯ ଜିଲ୍ଲାକୁ ଅରେଂଜ ଆଲର୍ଟ  (Orange Warning) ଜାରି କରାଯାଇଛି।