Weather Update: ସତର୍କ କରାଇଲା ପାଣିପାଗ ବିଭାଗ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ!
Advertisement
Article Detail0/zeeodisha/odisha1838809

Weather Update: ସତର୍କ କରାଇଲା ପାଣିପାଗ ବିଭାଗ, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ!

Weather Update:  ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଏଭଳି ସ୍ଥିତି ଆହୁରି ତିନି ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଅନ୍ୟପଟେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୌଜନ୍ୟ- ସୋସିଆଲ ମିଡି଼ଆ

Weather Update: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ (Monsoon)। ରାଜ୍ୟର ବିଭିନ୍ନ ଜିଲ୍ଲାରେ (rain) ବର୍ଷା ଜାରି ରହିଛି । ଏଭଳି ସ୍ଥିତି ଆହୁରି ତିନି ଦିନ ଧରି ଲାଗି ରହିବ ବୋଲି ପାଣିପାଗ ବିଭାଗ(imd) ପକ୍ଷରୁ କୁହାଯାଇଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ  ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବା ବେଳେ ଅନ୍ୟପଟେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ  ୨୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ (yellow alert) ଜାରି କରିଛି। କଟକ , ଭୁବନେଶ୍ବର ସମେତ ଗଞ୍ଜାମ, ଯାଜପୁର , ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ ଓ ଖୋଦ୍ଧା ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ବି ୨୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । 

 

 

 

Also Read: Horoscope Today Aug 24 2023: ବ୍ୟବସାୟରେ ବଡ଼ ଡ଼ିଲ୍ ଫାଇନାଲ୍ ହେବା ସହ ଶୁଭଫଳ ପାଇବେ ଏହି ରାଶି, ଜାଣନ୍ତୁ କେମିତ କଟିବ ଆଜିର ଦିନ?

Also Read: Budh Vakri 2023: ଆଜିଠୁ ଖୋଲିଲା ଏହି ୫ ରାଶିର ଭାଗ୍ୟ, ମାଟି ଧରିଲେ ହେବ ସୁନା!

Also Read:

ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ମୌସୁମୀ (Monsoon) ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ । ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ । ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ । ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ । କେବଳ ଓଡ଼ିଶା ନୁହେଁ, ବର୍ତ୍ତମାନ ସାରା ଦେଶରେ ମୌସୁମୀ ନିଷ୍କ୍ରିୟ ରହିଛି। ଓଡ଼ିଶାକୁ ପଶ୍ଚିମା ପବନ ପ୍ରବାହିତ ହେଉଥିବାରୁ ଗରମ ଅନୁଭୂତ ହେଉଛି। ଅନ୍ୟପଟେ ସାମୁଦ୍ରିକ ପବନ ଆସୁନ ଥିବାରୁ ତାପମାତ୍ରା ମଧ୍ଯ ହ୍ରାସ ହେଉନାହିଁ। ପ୍ରକାଶ ଥାଉ କି, ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୪୩.୮ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୨୨.୯ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।