Weather Update: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଏନେଇ ୨୨ ଜିଲ୍ଲାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ତେବେ ରାଜ୍ୟରେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ। ଲଘୁଚାପ (Low pressure) ଆଣୁଛି ଏକ ବଡ ବର୍ଷା । ଯାହା ପ୍ରଭାବରେ ରାଜ୍ୟରେ ବର୍ଷାର (rain) ପରିମାଣ ବଢିବ। ୩ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି (Low pressure in Bay of Bengal ) ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର  ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୩ ଏବଂ ୪ ରେ ବିସ୍ତୃତି ବର୍ଷା ହେବ ବୋଲି ପାଣିପାଗ ବିଭାଗ (imd) ପକ୍ଷରୁ କୁହାଯାଇଛି। ବିଶେଷ କରି ତିନିରୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ରୁ ୨୧ ସେମିରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। 


COMMERCIAL BREAK
SCROLL TO CONTINUE READING

 



Also Read: Gold Silver Price: ଗ୍ରାହକଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର ! କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ରେଟ୍


ସେପଟେ,  ଆସନ୍ତାକାଲି ମଧ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା (heavy rain) ଥିବା ବେଳେ ୪ ତାରିଖ ବେଳକୁ ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ୫ ତାରିଖ ପରେ ବର୍ଷାର ପ୍ରଭାବ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଗତକାଲି ସଂନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।  ଘଡ଼ଘଡ଼ି ଓ ବିଜୁଳି ସହ ଭୁବନେଶ୍ୱରରେ ବି ବର୍ଷା ହୋଇଛି।  ରାଜ୍ୟରେ ଅଗଷ୍ଟ ୩୧ ସୁଧା ୧୪ ପ୍ରତିଶତ ନିଆଷ୍ଟିଆ ବର୍ଷା ହୋଇଛି । ଯଦିଓ ଗାଣେତିକ ଭାବେ ଏହାର ପରିମାଣ ସ୍ବାଭାବିକ ଶ୍ରେଣୀରେ ଆସୁଛି । ମାତ୍ର ଫସଲର ଅବସ୍ଥା ଏହି ପାଣିପାଗର ଅଙ୍କଠାରୁ ସମ୍ପୁର୍ଣ୍ଣ ଅଲଗା ରହିଛି ।  



ବର୍ତ୍ତମାନ ୧୯ଟି ଜିଲ୍ଲାରେ ଫସଲ ଅବସ୍ଥା ସଙ୍କଟାପନ୍ନ ଭିତରେ ରହିଥିବା ବେଳେ ସମ୍ଭବତଃ ୨୦୦୨ ମରୁଡି ବର୍ଷ ପରି  ଚଳିତ ବର୍ଷ କେତେକ ସ୍ଥାନରେ ମରୁଡି ଦେଖାଦେଇଛି ବୋଲି  କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର୍  ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ମରୁଡିର ପ୍ରାଥମିକ ଆକଳନ ବ୍ଲକ୍ ବା ପଞ୍ଚାୟତ ସ୍ତରରେ କରାଯାଇଥାଏ। ଏଭଳି ପରିସ୍ଥିତିକୁ ଦେଖିଲେ ବର୍ତ୍ତମାନ ସୁଧା ଫସଲରେ କ୍ଷତି ହୋଇଥିବା ସେ କହିଛନ୍ତି।  ଯାହା ଦ୍ବାରା ସେପ୍ଟେମ୍ବର ମାସରେ ବର୍ଷା ହେଲେ ମଧ୍ୟ ଏହା ଫସଲର ଆବଶ୍ୟକତା ଭରଣ କରିପାରିବ ନାହିଁ  ବୋଲି ସେ କହିଛନ୍ତି । ରାଜ୍ୟରେ ଏଭଳି ନିଅଣ୍ଟିଆ ବର୍ଷାକୁ ନେଇ ଚାଷୀ ମଧ୍ୟ ହତାଶ ହୋଇଛି।