Weather Update: ଏହି ଦିନ ଯାଏଁ ବର୍ଷାରେ ଭିଜିବ ସାରା ରାଜ୍ୟ, ୧୧ ଜିଲ୍ଲାରୁ ୱାର୍ଣ୍ଣିଂ ଜାରି
Advertisement

Weather Update: ଏହି ଦିନ ଯାଏଁ ବର୍ଷାରେ ଭିଜିବ ସାରା ରାଜ୍ୟ, ୧୧ ଜିଲ୍ଲାରୁ ୱାର୍ଣ୍ଣିଂ ଜାରି

Weather Update: ରବିବାର ଦିନ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଗଜପତି, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଆଦି ସବୁ ଜିଲ୍ଲାରେ ବର୍ଷା ହୋଇଛି । ତେବେ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୌ(ସୋସିଆଲ ମିଡିଆ)

Weather Update: ପଶ୍ଚିମବଙ୍ଗ ଓ ସିକିମରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଲମ୍ବିଥିବା ଟ୍ରଫଲାଇନ ରବିବାର ଦିନ ଘୂର୍ଣ୍ଣିବଳୟରେ ପରିଣତ ହୋଇ ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇଛି । ରବିବାର ଦିନ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଗଜପତି, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଆଦି ସବୁ ଜିଲ୍ଲାରେ ବର୍ଷା ହୋଇଛି । ତେବେ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନା ଅନୁଯାୟୀ, ସୋମବାର ଦିନ କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ପୁରୀ, ମୟୂରଭଞ୍ଜ, ଖୋର୍ଦ୍ଧା, ମାଲକାନଗିରି ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ (Yellow alert) ଜାରି କରାଯାଇଛି । ସେହିପରି ମଙ୍ଗଳବାର ଦିନ ଅନେକ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ଏହି ବର୍ଷା ଦକ୍ଷିଣ-ପଶ୍ଚିମ ମୌସୁମୀ ଆଣିବା ନେଇ ସକ୍ଷମ ହେବନାହିଁ। ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।  ଏହାର ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି (Temperature High) ପାଇବାରେ ଲାଗିଛି ।

ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ । ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ମୌସୁମୀ (Monsoon) ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ । ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ । ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ । ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ । କେବଳ ଓଡ଼ିଶା ନୁହେଁ, ବର୍ତ୍ତମାନ ସାରା ଦେଶରେ ଏବେ ମୌସୁମୀ ନିଷ୍କ୍ରିୟ ରହିଛି। ଓଡ଼ିଶାକୁ ପଶ୍ଚିମା ପବନ ପ୍ରବାହିତ ହେଉଥିବାରୁ ଗରମ ଅନୁଭୂତ ହେଉଛି। ସାମୁଦ୍ରିକ ପବନ ଆସୁ ନ ଥିବାରୁ ତାପମାତ୍ରା କମୁ ନାହିଁ। ଏଭଳି ସ୍ଥିତି ଆଉ କିଛି ଦିନ ଲାଗି ରହିବ।

ପ୍ରକାଶ ଥାଉ କି, ଗତ ଜୁନ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବମୋଟ ୬୫୩.୮ ମିମି ବର୍ଷା ହୋଇଛି । ସାଧାରଣତଃ ଏହି ସମୟ ମଧ୍ଯରେ ରାଜ୍ୟରେ ୬୯୮.୪ ମିମି ବର୍ଷା ହୋଇଥାଏ । ତେବେ ବର୍ତ୍ତମାନ ରାଜ୍ୟରେ ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଏବେ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲ୍ଲାରେ ନିଅଣ୍ଟିଆ ଓ ଅବଶିଷ୍ଟ ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବା ସୂଚନା ରହିଛି ।

Also Read-Horoscope Today Aug 14 2023: ଏହି ୪ ରାଶିଙ୍କ ପାଇଁ ବଢିପାରେ ଅଡୁଆ! ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ସୋମବାର

Also Read-Sawan 2023: ଶ୍ରାବଣରେ ଯାଆନ୍ତୁ ଭୋଳନାଥଙ୍କ ଏହିସବୁ ମନ୍ଦିର, ମିଳିବ କୋଟି ପୂଣ୍ୟ!