Weather: ଆଜି ବି ଛେଚିବ ବର୍ଷା! ୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ବିଭାଗ
Advertisement

Weather: ଆଜି ବି ଛେଚିବ ବର୍ଷା! ୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ବିଭାଗ

Weather Update: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ଝାଡଖଣ୍ଡ ଓ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡିତ ମେଘଖଣ୍ଡ ରାଜ୍ୟର କିଛି ଅଞ୍ଚଳ ଉପରେ ରହୁଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । 

ସୌ(ସୋସିଆଲ ମିଡିଆ)

Weather Update: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଆଜି ମଧ୍ଯ କେତେକ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ପ୍ରବଳ ବର୍ଷା ଯୋଗୁଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (Yellow Alert) ଜାରି କରାଯାଇଛି।

ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦକ୍ଷିଣ-ପୂର୍ବ ଝାଡଖଣ୍ଡ ଓ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡିତ ମେଘଖଣ୍ଡ ରାଜ୍ୟର କିଛି ଅଞ୍ଚଳ ଉପରେ ରହୁଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । କେତେକ ସ୍ଥାନରେ ପ୍ରବଳ ତ ଆଉ କେତେକ ସ୍ଥାନରେ କମ୍ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ତେବେ ଆଜି ୯ଟି ଜିଲ୍ଲା ଯଥା-ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ବର , ଯାଜପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୋଳରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ (Yellow Alert) ଜାରି କରାଯାଇଛି। ତେବେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଦିନଠାରୁ ବର୍ଷାର ପରିମାଣ କମିବ । ସେହିପରି ୬ ଓ ୭ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି କମିବ ବୋଲି ପାଣିପାଗ ବିଭାଗ (Bhubaneswar Meteorological Department) ପକ୍ଷରୁ ଆକଳନ କରାଯାଇଛି ।

ପ୍ରକାଶ ଥାଉ କି, ରାଜ୍ୟରେ ଗତ ଜୁନ୍ ମାସ ୧ ତାରିଖରୁ ସେପ୍ଟେମ୍ବର ଶେଷ ସୁଦ୍ଧା ମୋଟ ୧୧୦୫.୪ ପ୍ରତିଶତ ବର୍ଷା ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୩ ପ୍ରତିଶତ କମ୍ ଅଟେ । ୩୦ଟି ଜିଲ୍ଲା ମଧ୍ୟରୁ ତିନୋଟି ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଛି।  ପୁରୀରେ ସ୍ବାଭାବିକ ଠାରୁ ୨୦ ପ୍ରତିଶତ, କେନ୍ଦ୍ରାପଡ଼ାରେ  ୨୬ ପ୍ରତିଶତ ଓ ନବରଙ୍ଗପୁର ଜିଲ୍ଲାରେ ୨୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ସେହିପରି ଅକ୍ଟୋବର ମାସରେ ପ୍ରଥମ ୩ ଦିନରେ ୫୩.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୧୫.୯ ମି.ମି ତୁଳନାରେ ୨୩୮ ପ୍ରତିଶତ ଅଧିକ ରହିଛି ।

ଏହା ବି ପଢନ୍ତୁ-Morning top 10 headlines: ସକାଳର ୧୦ ବଡ଼ ଖବର