ଭୁବନେଶ୍ଵର: ରାଜ୍ୟରେ ବିଜେପି ସରକାର କରିବା ପରେ ଗୋଟିଏ ପରେ ଗୋଟିଏ ନିର୍ବାଚନୀ ପ୍ରତିଶ୍ରୁତି ପାଳନ କରୁଛି । ସରକାର କରିବା ଦିନଠୁ ଅନେକ ପ୍ରତିଶ୍ରୁତି ପାଳନ କରିସାରିଛି। ତେବେ ଆସନ୍ତା ସେପ୍ଟେମ୍ବର ୧୭ତାରିଖରୁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ନିଷ୍ପତ୍ତି ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସମ୍ବର୍ଦ୍ଧନା ସଭାରେ ଏ ନେଇ ସୂଚନା ଦେଇଛନ୍ତି। 


COMMERCIAL BREAK
SCROLL TO CONTINUE READING

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସେପ୍ଟେମ୍ବର ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ହିଁ ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ। ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ। ଏହାସହିତ ରାଜ୍ୟର ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଆସନ୍ତା ଖରିଫ ଋତୁରୁ ଧାନର ଏମଏସପି ୩୧୦୦ଟଙ୍କା କ୍ୱିଣ୍ଟାଲ ପିଛା ଦେବ ବୋଲି ଶ୍ରୀ ମାଝୀ କହିଛନ୍ତି । କେନ୍ଦ୍ର ସରକାର ଏବେ ଧାନର କ୍ୱିଣ୍ଟାଲ ଏମଏସପି ୨୩୦୦ଟଙ୍କା ଦେବେ ଓ ବାକି ୮୦୦ଟଙ୍କା ରାଜ୍ୟ ସରକାର ଉଭୟ ଖରିଫ ଓ ଋବି ଋତୁରେ ଚାଷୀଙ୍କୁ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 


ଅନ୍ୟପଟେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୟ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଥସହ ସେ କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି ସେ କହିଛନ୍ତି। ଆମ ସପକ୍ଷରେ ୮୧ ବିଧାୟକଙ୍କ ସମର୍ଥନ ରହିଛି ବୋଲି ସେ କହିବା ସହିତ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ପରିଷଦରେ ୩ ଜଣଙ୍କୁ କ୍ୟାବିନେଟ୍‌ ଦାୟିତ଼୍ବ ଦେଇଛନ୍ତି ବୋଲି ସେ କହିଛନ୍ତି। ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବା ଭାଜପା ସରକାର। ଆଗାମୀ ୫ ବର୍ଷ ଦିନ ରାତି ପରିଶ୍ରମ କରିବାକୁ ପଡ଼ିବ ବୋଲି ସେ ତାଙ୍କ ଭାଷଣରେ କହିଛନ୍ତି।