ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ‘ସାରା’
Advertisement
Article Detail0/zeeodisha/odisha2310517

ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ‘ସାରା’

ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ‘ସାରା’ନନ୍ଦନକାନନ ଆସିଥିଲା। ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା। ସାରାର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ଖସି ଆସିଛି।

ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ‘ସାରା’

ଭୁବନେଶ୍ଵର: ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ‘ସାରା’। ୨୦୦୯ରେ ନନ୍ଦନକାନନକୁ ଆସିଥିବା ସାରାର ମୃତ୍ଯୁ ହୋଇଛି। ମୃତ୍ଯୁ ବେଳକୁ ତାକୁ ୧୯ବର୍ଷ ହୋଇଥିଲା ବାଘ ସଫାରୀର ୩୩ ନମ୍ବର ଖୁଆଡ଼ରେ ରହୁଥିବା ସାରା ବାର୍ଦ୍ଧକ୍ଯ କାରଣରୁ କିଛି ବର୍ଷ ହେଲା ଅସୁସ୍ଥ ହୋଇପଡ଼ିଥିଲା।ଖାଇବାପିଇବା ଛାଡ଼ି ଫିଡିଂ ଚାମ୍ବରରେ ପଡ଼ି ରହୁଥିଲା। କିଛିଦିନ ହେବ ସାରା ଠିକ୍ ଭାବେ ଖାଦ୍ୟ ଖାଉ ନଥିଲା। ପ୍ରାଣୀ ଉଦ୍ୟାନ ଚିକିତ୍ସକଙ୍କ ଦ୍ୱାରା ସାରାର ଚିକିତ୍ସା କରାଯାଉଥିଲା। ସାଲାଇନ, ଇଞ୍ଜେକ୍ସନ ଓ ଭିଟାମିନ ଦେଇ ବାଘୁଣୀକୁ ସୁସ୍ଥ କରିବାକୁ ସ୍ବତନ୍ତ୍ର ଡାକ୍ତରୀ ଦଳ ଉଦ୍ଯମ କରିଥିଲେ। ହେଲେ ଶେଷରେ ତାର ମୃତ୍ଯୁ ହୋଇଛି। 

ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ସାରା ନନ୍ଦନକାନନ ଆସିଥିଲା। ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା। ସାରାର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ଖସି ଆସିଛି।

ଅନ୍ୟପଟେ, ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ‘ସାରା’ନନ୍ଦନକାନନ ଆସିଥିଲା। ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା। ସାରାର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ଖସି ଆସିଛି।