Top 10 News: ପଦ୍ମ ପତ୍ରରେ ଖାଇଲେ ପ୍ରଧାନମନ୍ତ୍ରୀ ଖବର ସହ ଅନ୍ୟାନ୍ୟ ଅପଡେଟ୍
Advertisement
Article Detail0/zeeodisha/odisha2525958

Top 10 News: ପଦ୍ମ ପତ୍ରରେ ଖାଇଲେ ପ୍ରଧାନମନ୍ତ୍ରୀ ଖବର ସହ ଅନ୍ୟାନ୍ୟ ଅପଡେଟ୍

Top 10 News Today: ରାଜ୍ୟ ତଥା ଦେଶ ବିଦେଶର ସବୁ ବଡ଼ ଖବର ପଢନ୍ତୁ ଚୁଟକୀରେ

Top 10 News: ପଦ୍ମ ପତ୍ରରେ ଖାଇଲେ ପ୍ରଧାନମନ୍ତ୍ରୀ ଖବର ସହ ଅନ୍ୟାନ୍ୟ ଅପଡେଟ୍

Top 10 News Today

Headlines 01- ଗୁଏନାରେ ପଦ୍ମ ପତ୍ରରେ ଭୋଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଇର୍ଫାନ ଅଲିଙ୍କ ବାସଭବନରେ ଏହି ଭୋଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଯେଉଁଥିରେ ୭ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି । ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏନେଇ ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିସହ ଧନ୍ୟବାଦ ଅର୍ପଣ କରିଛନ୍ତି ।

Headlines 02- ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଆଗାମୀ ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ​ଏହି ବୈଠକରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଅନ୍ୟ ବରିଷ୍ଠ ପଦାଧିକାରୀ ଏବଂ ଜିଲ୍ଲାପାଳ ଖୋର୍ଦ୍ଧା ଉପସ୍ଥିତ ଥିଲେ । 

Headlines 03- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ଯ ମେଳାରେ ଓଡ଼ିଶା ମଣ୍ଡପ ପରିଦର୍ଶନ କରିଛନ୍ତି। ଆଜି ମେଳା ପରିସରରେ 'ଓଡ଼ିଶା ରାଜ୍ୟ ଦିବସ' ପାଳନ କରାଯାଇଥିଲା। ଏହି ଅବସରରେ ଓଡ଼ିଶାର ବିଭିନ୍ନ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଭାରତ ମଣ୍ଡପମ୍‌ର ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯମନ୍ତ୍ରୀ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରିଥିଲେ। 

Headlines 04- ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାରେ ବଦଳିବେ କଂସ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ୨୦୨୨ରୁ କଂସ ଭୂମିକା ତୁଲାଉଥିବା ହୃଷିକେଶ ଭୋଇଙ୍କୁ ହଟାଯିବା ସହ ନୂଆ କଂସ ପାଇଁ ଖୁବ୍‌ ଶୀଘ୍ର ଚୟନ ପ୍ରକିୟା ହେବ ବୋଲି ଜିଲ୍ଲାପାଳ କହିଛନ୍ତି । ୨୦୨୨ରେ ଦ୍ୱିତୀୟରୁ ପଞ୍ଚମ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କୁ ଚୟନ କରାଯାଇପାରେ ବୋଲି ସୂଚନା ମିଳୁଛି।

Headlines 05- ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀ ମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି। ଘଟଣାସ୍ଥଳରୁ ଇନସାସ୍, ଏକେ-୪୭, SLR, ୩ଟି ବନ୍ଧୁକ ଓ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ ହୋଇଛି। DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି। ଏନେଇ ସୂଚନା ଦେଇଛନ୍ତି ବସ୍ତର ଆଇଜି ପି. ସୁନ୍ଦରରାଜ।

Headlines 06- ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି ଜଣେ ବ୍ୟବସାୟୀ । ତାଙ୍କୁ ଧମକ ଦେବା ଅଭିଯୋଗରେ ସେ ଏତଲା ଦେଇଛନ୍ତି । ଭବଙ୍କ ସହଯୋଗୀ ଧମକ ଦେବା ସହ ବ୍ୟବସାୟୀଙ୍କୁ ମାଡ଼ ମାରିବା ଅଭିଯୋଗ । କେବଳ ସେତିକି ନୁହେଁ, ବ୍ୟବସାୟୀଙ୍କ ପରିବା ନଷ୍ଟ କରିବା ସହ ପାଖରେ ଥିବା ନଗଦ ଟଙ୍କା ନେଇଯାଇଥିବା ସେ ଅଭିଯୋଗ କରିଛନ୍ତି ।

Headlines 07- ଡିସିପି ଅଫିସ ସାମ୍ନାରେ ପୋଲିସ ଉପସ୍ଥିତିରେ ହାତାହାତି ହୋଇଛନ୍ତି ଅଭିନେତା ମନୋଜ ମିଶ୍ର ଓ ବବି ଇସଲାମ।  ଆଉ ଏହି କଳିରେ ସାମିଲ ହୋଇଛନ୍ତି  ଓଲିଉଡ ଇଣ୍ଡଷ୍ଟ୍ରିର ଅନ୍ୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ । ସୂଚନାଯୋଗ୍ୟ, କିଛି ଦିନ ତଳେ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ବବି ଇସଲାମ୍‌ଙ୍କୁ ଫୋନ୍ ଯୋଗେ ହତ୍ୟା ଧମକ ମିଳିଥିଲା। ବିବାଦୀୟ ଅଭିନେତା ମନୋଜ ମିଶ୍ରଙ୍କ ସହଯୋଗୀ ତାଙ୍କୁ ଏଭଳି ହତ୍ୟା ଧମକ ଦେଇଥିବା ଅଭିଯୋଗ କରି ଦରଘାବଜାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। 

Headlines 08- ଶ୍ରୀମନ୍ଦିରରେ ପଢ଼ୁଆଁ ହେବେ ଶ୍ରୀଜିଉ । ସେଥିପାଇଁ ମାମୁ ଘରୁ ଶ୍ରୀମନ୍ଦିରକୁ ଗଲା ପଢ଼ୁଆଁ ଭାର। ମାଧବାନନ୍ଦଜିଉଙ୍କ ପୀଠରୁ ପଢ଼ୁଆଁ ଭାରରେ ପାଟବସ୍ତ୍ର ଓ ବିଭିନ୍ନ ଫଳମୂଳ ସହ ଏକଲକ୍ଷ ପୀଠା ଶ୍ରୀମନ୍ଦିର ଯାଇଛି ।

Headlines 09- ଆଜି ରାତି ଏବଂ କାଲି ସକାଳ ସମୟରେ ୩ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଏନେଇ ସତର୍କ କରାଇଛନ୍ତି ଏସ୍‌ଆରସି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ । ଘନ କୁହୁଡ଼ି କାରଣରୁ ଦୁର୍ଘଟଣାକୁ ରୋକିବାକୁ ପଦକ୍ଷେପ ଗ୍ରହଣ କରିବା ପାଇଁ ପରାମର୍ଶ ଦିଆଯାଇଛି ।

Headlines 10- ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଘୂର୍ଣ୍ଣିବଳୟଟି ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଏହା ଅବପାତରେ ପରିଣତ ହୋଇପାରେ । ପ୍ରଭାବରେ ତାମିଲନାଡ଼ୁ ଓ ଶୀଲଙ୍କା ପାଖାପାଖି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଲଘୁଚାପରେ ପରିଣତ ହେବା ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

Also Read- ଡିସେମ୍ୱର ୩ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କ'ଣ ରହିଛି କାର୍ଯ୍ୟକ୍ରମ

Also Read- Weekly Horoscope: କିପରି ବିତିବ ନଭେମ୍ୱର ଶେଷ ସପ୍ତାହ ? ପଢ଼ନ୍ତୁ ରାଶିଫଳ