H1. ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଭୋଟିଂ ଜାରି
ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଆଜି ସେପ୍ଟେମ୍ବର ୨୫ ତାରିଖ ବୁଧବାର ୬ଟି ଜିଲ୍ଲାରେ ୨୬ଟି ଆସନରେ ମତଦାନ କରୁଛନ୍ତି ଜମ୍ମୁ କାଶ୍ମୀରବାସୀ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମ୍ମୁ କାଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ କାଶ୍ମୀରର ଘାଟି ଅଞ୍ଚଳରେ ୧୫ଟି ଆସନ ଓ ଜମ୍ମୁରେ ୧୧ଟି ଆସନରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଚି। ଦ୍ୱିତୀୟ ପର୍ଯ୍ୟାୟରେ ୨୬ଟି ଆସନରେ ୨୫.୭୮ ଲକ୍ଷ ମତଦାତା ୨୩୯ ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। 


COMMERCIAL BREAK
SCROLL TO CONTINUE READING

H2. ବିଭିନ୍ନ ଦାବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ
ଆଜିଠୁ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ନର୍ସିଂ କର୍ମଚାରୀ ସଂଘ ସ୍ଥଗିତ ରଖିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପୁଣି ଓହ୍ଲାଇବ। ୧୦ ଦଫା ଦାବିରେ ଧର୍ମଘଟ କରିବ ସଂଘ। ରାଜ୍ୟ ସରକାରଙ୍କ ସହ ଆଲୋଚନା ବି ହେବ। ଜରୁରିକାଳୀନ ରୋଗୀ ସେବାରେ କୌଣସି ପ୍ରକାର ବାଧା ନ ଦେଇ ଆନ୍ଦୋଳନକୁ ଓହ୍ଲାଇବେ ନର୍ସିଂ କର୍ମଚାରୀ। ତେବେ ଏହି ଆନ୍ଦୋଳନ ପୂର୍ବରୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଅଗଷ୍ଟ ମାସରୁ ଏସ୍‌ମା ଲାଗୁ ହୋଇଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜ୍ୟ ନର୍ସିଂ ନିର୍ଦ୍ଦେଶକ ଡା. ଆର୍ତ୍ତବନ୍ଧୁ ନାୟକ ସବୁ ସିଡିଏମ୍‌ଓ, ମେଡିକାଲ କଲେଜର ଅଧ୍ୟକ୍ଷ ଓ ଆଚାର୍ଯ୍ୟ ହରିହର, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍‌ ରାଉରକେଲାକୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି।


H3. ବଙ୍ଗୋପସାଗରରେ ଲଘୁଚାପ, ଉପକୂଳରେ ବର୍ଷିବ
କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆ‌ନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବୁଧବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଜପତି ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।


H4. ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା
ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି । ମତ୍ସ୍ୟଜୀବୀ, ହସ୍ତଶିଳ୍ପୀଙ୍କ ସମେତ ଫସଲ ନଷ୍ଟ ଓ ମୃତ ଗୃହପାଳିତ ପଶୁଙ୍କ ପାଇଁ ଚାଷୀଙ୍କୁ କ୍ଷତିପୂରଣ ମିଳିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବନ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବାସଗୃହର ମରାମତି ପାଇଁ ୧ଲକ୍ଷ ୨୦ହଜାର ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ପକ୍କାଘର ମରାମତି ପାଇଁ ୬୫୦୦ଟଙ୍କା, କଚ୍ଚାଘର ଆଂଶିକ ନଷ୍ଟ ପାଇଁ ୪ହଜାର ଟଙ୍କା, ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା କୁଡ଼ିଆ ଘର ପାଇଁ ୮ହଜାର ଟଙ୍କା ଓ ଗୁହାଳ ଘର ନଷ୍ଟ ପାଇଁ ୩ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ସେହିପରି ଘର ୨ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ଟଙ୍କା, ବାସନକୁସନ ପାଇଁ ୨୫୦୦ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯିବ ।


H5. ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ
ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ବନ୍ଦ୍ବ ଦୂର କରିଛି ବୋର୍ଡ । ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି । ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ପକ୍ଷରୁ ପଠାଯିବ ନାହିଁ ବରଂ ସ୍କୁଲ କର୍ତ୍ତୃପକ୍ଷ ନିଜସ୍ବ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ ବୋଲି କୁହାଯାଇଛି । ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବୋର୍ଡ ନିର୍ଦ୍ଦେଶ ଦେଇଛି ।


H6. ୨୭ ଓ ୨୮ରେ ଜିଲ୍ଲାପାଳଙ୍କ ସମ୍ମିଳନୀ
ଆସନ୍ତା ୨୭ ଏବଂ ୨୮ ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ବସିବ । ସଚିବସ୍ତରୀୟ ବୈଠକରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ନିଷ୍ପତ୍ତି ନିଆଯାଇଛି । ମୋହନ ସରକାରର ପ୍ରଥମ ଜିଲ୍ଲାପାଳ ସମ୍ମିଳନୀରେ ବିଭିନ୍ନ ବିଭାଗ ସଚିବଙ୍କ ସହ ଜିଲ୍ଲାପାଳମାନେ ଯୋଗଦେବେ । ଏଥିସହ ଏସ୍‌ପିମାନଙ୍କ ସହ ମଧ୍ୟ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି ।


H7. ରାଜ୍ୟରେ ହେବ ୩୧ ପ୍ରକଳ୍ପ
ଭଦ୍ରକରେ ହେବ ଜାହାଜ କାରଖାନା। ପୁରୀ, ପାରାଦୀପ, କେନ୍ଦ୍ରାପଡା, ଶିମିଳିପାଳ ନିର୍ମାଣ ହେବ ହେବ ୫ଟି ହୋଟେଲ୍‌, ରିସୋର୍ଟ। ରାୟଗଡ଼ାରେ ଇମ୍ଫା କରିବ ଇଥାନଲ୍‌ ପ୍ରକଳ୍ପ। ଖୋର୍ଦ୍ଧାରେ ତିଆରି ହେବ ବିସ୍‌ଲେରି କାରଖାନା। ୪୯୫୪ କୋଟିର ୩୧ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ। ଭଦ୍ରକ ଜିଲ୍ଲାରେ ନେପଚୁନସ୍ ସିପ୍ ବିର୍ସ ଆଣ୍ଡ ରିସାଇକ୍ଲର୍ସ ପ୍ରାଇଭେଟ ଲିମିଟେଡ଼ ୯୩୪.୫୪ କୋଟି ଟଙ୍କାର ଜାହାଜ ତିଆରି କାରଖାନା ସ୍ଥାପନ କରିବ। ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କର୍ତ୍ତୃପକ୍ଷଙ୍କ ବୈଠକରେ ଏହି ପ୍ରକଳ୍ପ ସମେତ ମୋଟ ୪୯୫୪.୨୬ କୋଟି ଟଙ୍କା ନିବେଶରେ କାର୍ଯ୍ୟକାରୀ ହେବାକୁ ଥ‌ିବା ୩୧ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୨୪,୧୬୨ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ପ୍ରକଳ୍ପଗୁଡ଼ିକ ମଞ୍ଜୁର କରାଯାଇଛି। ଖୋର୍ଦ୍ଧା, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ବାଲେଶ୍ବର, ରାୟଗଡ଼ା, ଢେଙ୍କାନାଳ, ପୁରୀ, ପାରାଦୀପ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଏସବୁ ପ୍ରକଳ୍ପ ସ୍ଥାପନ କରାଯିବା ବୈଠକରେ କାଲଡେରିସ୍ ଇଣ୍ଡିଆ ଖୋର୍ଦ୍ଧାରେ ୬୯୮.୭୧ କୋଟି ଟଙ୍କା ନିବେଶକୁ ମଞ୍ଜୁରୀ ମିଳିଛି କୋରାପୁଟରେ


H8. ଓଡ଼ିଶାରୁ ଓହରିବନି ଇଭି ପ୍ରକଳ୍ପ
ଓଡ଼ିଶାରେ ପ୍ରସ୍ତାବିତ ୪୦ ହଜାର କୋଟି ଟଙ୍କାର ବିଦ୍ୟୁତଚାଳିତ ଯାନ(ଇଭି) ନିର୍ମାଣ ପ୍ରକଳ୍ପ ଓ ବ୍ୟାଟେରିଂ ମାନ୍ୟୁଫାକଚରିଂ ପ୍ରକଳ୍ପରୁ ଓହରିବ ନାହିଁ ବୋଲି ଜେଏସଡବ୍ଲ୍ୟୁ ସ୍ପଷ୍ଟ କରିଛି । ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ପରେ ରାଜ୍ୟ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମଧ୍ୟ ମିଡିଆ ଆଗରେ ମୁହଁ ଖୋଲିଛନ୍ତି । ଜେଏସଡବ୍ଲ୍ୟୁ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଉଛି ଓ ସେମାନେ ପ୍ରକଳ୍ପ ସ୍ଥାନାନ୍ତର ଚୂଡ଼ାନ୍ତ କରିନାହାନ୍ତି କିମ୍ବା ଆମକୁ କୌଣସି ସୂଚନା ଦେଇନାହାନ୍ତି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।


H9. ଦେଶରେ ଆରମ୍ଭ ହେଲା କବଚ ୪.୦
ରେଳ ସୁରକ୍ଷାରେ ଐତିହାସିକ ପଦକ୍ଷେପ। ଦେଶରେ ପ୍ରଥମଥର ପାଇଁ ଆରମ୍ଭ ହେଲା କବଚ ୪.O। ରାଜସ୍ଥାନର ସୱାଇ ମାଧୋପୁରରୁ କୋଟ୍ଟା ଭିତରେ ଏହି ଅତ୍ୟାଧୁନିକ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଆଜି ଏହାର ସମୀକ୍ଷା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କବଚ ହେଉଛି ଏଭଳି ଏକ ବ୍ୟବସ୍ଥା, ଯେଉଁଥିରେ ଟ୍ରେନକୁ କେଉଁ ସ୍ଥାନରେ କେତେ ସ୍ପିଡ୍‌ ରଖିହେବ ତାହା ଗୋଟିଏ ମନିଟରରେ ସ୍ପଷ୍ଟ ଭାବେ ଦେଖିହେବ। ୭ ରୁ ୮ କିଲୋମିଟର ଦୂର ଯାଏଁ ସିଗନାଲର ଆଡଭାନ୍ସ ଲୋକେସନ ଜାଣିହେବ। ଫଳରେ ଟ୍ରେନର ଗତି ଉପରେ ନିୟନ୍ତ୍ରଣ କରିହେବ। ଲୋକ ପାଇଲଟ୍ ବ୍ରେକ୍ ନଦେଲେ ଇଞ୍ଜିନରେ ଲାଗିଥିବା କବଚ ଅଟୋମେଟିକ ବ୍ରେକ୍‌ ଦେଇ ସ୍ପିଡ୍‌ କମ୍‌ କରିବ। ଫଳରେ ରେଲୱେରେ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ। ଆସନ୍ତା ବର୍ଷ ଭିତରେ ୧୦ ହଜାର ଇଞ୍ଜିନରେ କବଚ ଲଗାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।


H10. NRI କୋଟାକୁ ନେଇ ସୁପ୍ରିମକୋର୍ଟଙ୍କ ଶୁଣାଣୀ
କଲେଜ ନାମ ଲେଖାଇବା ପାଇଁ ଥିବା ଏନଆରଆଇ କୋଟା ବ୍ୟବସ୍ଥା ଠକାମୀ ଛଡ଼ା ଆଉ କିଛି ନୁହେଁ ବୋଲି ଆଜି ସୁପ୍ରିମକୋର୍ଟ କହିଛନ୍ତି। ମେଡିକାଲ କଲେଜରେ ଏନଆରଆଇ କୋଟା ବ୍ୟବସ୍ଥାକୁ ନେଇ ପଞ୍ଜାବ ସରକାର କରିଥିବା ସଂଶୋଧନକୁ କୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି। ପ୍ରଥମେ ପଞ୍ଜାବର କ୍ଷମତାସୀନ ଆପ୍‌ ସରକାରକୁ ହାଇକୋର୍ଟ ଝଟକା ଦେଇଥିଲେ। ଏହା ବିରୋଧରେ ସରକାର ସୁପ୍ରିମକୋର୍ଟ ଯାଇଥିବା ବେଳେ ସେଠାରେ ମଧ୍ୟ ସରକାରଙ୍କୁ ସମାଲୋଚିତ ହେବାକୁ ପଡ଼ିଛି।