ଆଜି ବଜ୍ରପାତ ନେଲା ୬ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ସହ ସହାୟତା ଘୋଷଣା
Advertisement
Article Detail0/zeeodisha/odisha2390051

ଆଜି ବଜ୍ରପାତ ନେଲା ୬ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ସହ ସହାୟତା ଘୋଷଣା

ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା । ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ 

ଆଜି ବଜ୍ରପାତ ନେଲା ୬ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ସହ ସହାୟତା ଘୋଷଣା

ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ କାରଣରୁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। 

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ  ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। 

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ  ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ରାଶି ଘୋଷଣା କରିଥିଲେ। ଅନ୍ୟପଟେ ରାଜ୍ୟରେ ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ବଜ୍ରପାତ ଜନିତ କ୍ଷୟକ୍ଷତିକୁ ରୋକିବା ପାଇଁ ସରକାରୀ ସ୍ତରରେ ଏକ ପଦକ୍ଷେପ ନିଆଯାଇଛି। ଚଳିତ ବର୍ଷ ରାଜ୍ୟରେ ୨୦ଲକ୍ଷ ତାଳ ଗଛ ଲଗାଇବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। 

Also Read- Shukra Gochar 2024: କନ୍ୟା ରାଶିରେ ଶୁକ୍ର ଚଳନ, ଜାଣନ୍ତୁ କାହାକୁ ମିଳିବ ଆର୍ଥିକ ଲାଭ

Also Read- Guru Shani Kendra Drishti: ଖୁବ କମ ସମୟରେ ଧନୀ ହେବେ ୫ ରାଶିର ବ୍ୟକ୍ତି