Odisha Bus Accident: ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୭ ଜୀବନ, କାନ୍ଦବୋବାଳିରେ ଫାଟି ପଡ଼ୁଛି ପୂରା ଗାଁ
Advertisement
Article Detail0/zeeodisha/odisha1754186

Odisha Bus Accident: ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୭ ଜୀବନ, କାନ୍ଦବୋବାଳିରେ ଫାଟି ପଡ଼ୁଛି ପୂରା ଗାଁ

Odisha Bus Accident: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଏକ ଭୟଙ୍କର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି (Ganjam Bus Accident) । ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି (Bus Accident) । ଏବଂ ଏକାଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।

ସୌଜନ୍ୟ- ସୋସିଆଲ ମିଡ଼ିଆ

Odisha Bus Accident: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଏକ ଭୟଙ୍କର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି (Ganjam Bus Accident) । ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି (Bus Accident) । ଏବଂ ଏକାଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଏବଂ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି । ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, ୪ ଜଣ ମହିଳା ଓ ୨ ଜଣ ଶିଶୁ ରହିଛନ୍ତି । ମୃତକମାନଙ୍କ ପରିଚୟ ମିଳିଛି । ସେମାନେ ହେଲେ ଶିବାନୀ ପ୍ରଧାନ, ରୂପାଲି ପ୍ରଧାନ, ସୁଜ୍ଞାନୀ କୁମାରୀ ପ୍ରଧାନ, (୩୧), ସଙ୍ଗୀତ। ଡାକୁଆ (୩୨), ଲିଟୁ ନାୟକ (୪୦), ତ୍ରିପତି ପ୍ରଧାନ (୪୮), ରମେଶ ପ୍ରଧାନ (୬୨), ସୀତାରାମ ପ୍ରଧାନ (୬୦), ସଞ୍ଜୟ ମେଦିନ ରୟ (୫୦), ଶୁଭେନ୍ଦୁ ପ୍ରଧାନ (୩୨), ଦିବ୍ୟାଂଶୁ ପ୍ରଧାନ (୩), ହାର୍ଦ୍ଧିକ (୧) । ମୃତକମାନେ ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଓ ସିଙ୍ଗିପୁର ଗାଁର ବାସିନ୍ଦା ବୋଲି ଜଣାପଡିଛି। ତେବେ, ସବୁଠୁ ବଡ କଥା ହେଉଛି ଯେ, ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ସଦସ୍ୟ ରହିଥିବା ସୂଚନା ମିଳିଛି। ତେବେ, ଯାହାକୁ ନେଇ ମୃତକଙ୍କ ଗାଁରେ ଶୋକର ଛାୟା ଖେଳି ଯାଇଛି। କାନ୍ଦବୋବାଳିରେ ଫାଟି ପଡ଼ୁଛି ପୂରା ଗାଁ । 

Also Read: Horoscope Today 26 June 2023: ଆଜି ସୂର୍ଯ୍ୟଙ୍କ ପରି ଚମକିବ ଏହି ୬ଟି ରାଶିର ଭାଗ୍ୟ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସପ୍ତାହର ପ୍ରଥମ ଦିନ?

Also Read:  Monday Remedies: ସୋମବାର କରନ୍ତୁ ଏହି ଉପାୟ, କୃପା କରିବେ ମହାଦେବ, କରଜରୁ ମିଳିବ ମୁକ୍ତି ମାଡି଼ଯିବ ଧନ ସମୃଦ୍ଧି!

ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଦୁର୍ଘଟଣାର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି । ସେହିପରି ପ୍ରତି ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି । ଦୁର୍ଘଟଣା ପରେ ପରେ  (SRC) ଏସଆରସିଙ୍କ ପକ୍ଷରୁ ଟ୍ୱିଟ୍‌ କରାଯାଇଥିଲା । ଆହତମାନଙ୍କୁ ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଭର୍ତ୍ତିକରାଯାଇଥିବା (SRC) ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ,ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସପି ଡା.ସରବଣା ବିବେକ ଏମ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକଣ୍ଣି ପହଞ୍ଚି ଆହତଙ୍କ ଅବସ୍ଥା ପଚାରି ବୁଝିବା ସହ ତଦାରଖ କରୁଛନ୍ତି। 

ସୂଚନା ଅନୁସାରେ, ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଦିଗପହଣ୍ଡିରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଯାଇଛି (Odisha Bus Accident)। ଓଏସଆରଟିସି ବସ୍ (OSRTC bus Accident) ଏବଂ ଏକ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ୧୨ ଜଣ ଯାତ୍ରୀଙ୍କ  ଜୀବନ ଯାଇଛି। ତେବେ ଜାଣିବାକୁ ମିଳିଛି ଯେ, ଘରୋଇ ବସରେ ଥିବା ଯାତ୍ରୀମାନେ ଏକ ବିବାହ ଉତ୍ସବକୁ ଯାଇଥିଲେ । ବ୍ରହ୍ମପୁରରୁ ବିବାହ ଉତ୍ସବ ସାରି ଖୁସି ମନରେ ଫେରୁଥିଲେ ଖଣ୍ଡଦେଉଳିକୁ । ଦିଗପହଣ୍ଡି ନିକଟରେ ଏକ ସରକାରୀ ବସ ଏବଂ ଘରୋଇ ବସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗାଡିରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଲୋକ  ଆହତ ହୋଇଛନ୍ତି । ତେବେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି ।