Odisha Assembly Winter Session: ଗୃହ ଆରମ୍ଭର କିଛି ଘଣ୍ଟା ମଧ୍ୟରେ ଗୁରୁବାର ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭାର ଶୀତ ଅଧିବେଶନରେ ଉପସ୍ଥାପିତ ହୋଇଛି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍। ଏହି ବଜେଟରେ ମୋଟ୍ ୧୬ ହଜାର ୮ ଶହ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଯେଉଁଥିରେ ପ୍ରଶାସନିକ କାର୍ଯ୍ୟ ପାଇଁ ୪୯୩୪ କୋଟି, କ୍ରାର୍ଯ୍ୟକ୍ରମ ପାଇଁ ୯୨୦୦ କୋଟି, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ବାବଦକୁ ୨୬୧୦ କୋଟି ଏବଂ ରାଜ୍ୟ ବଜେଟରୁ ସ୍ଥାନାନ୍ତର ବାବଦକୁ ୫୫.୫୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ସେହିପରି ଅତିରିକ୍ତ ବଜେଟରେ କ୍ରାର୍ଯ୍ୟକ୍ରମ ବ୍ୟୟ ପାଇଁ  ୯୨୦୦ କୋଟିରୁ ୨୦୬୬ କୋଟି ଟଙ୍କା ସହବନ୍ଧିତ ସମ୍ବଳ ସୂତ୍ରରୁ ଏହଂ ୭୧୩୪ କୋଟି ଟଙ୍କା ଅତିରିକ୍ତ ରାଜସ୍ୱ ତଥା ଅର୍ଥ ସମର୍ପଣ ଦ୍ୱାରା ଭରଣା କରାଯିବ। ଅତିରିକ୍ତ ବଜେଟରେ ପ୍ରଶାସନିକ ବ୍ୟୟ କ୍ଷେତ୍ରରେ ମୋଟ ୪୯୩୪ କୋଟି ଟଙ୍କା, ବିପର୍ଯ୍ୟୟ ସଙ୍କଟ ପରିଚାଳନା ପାଣ୍ଠିର ଥିବା ବଳକା ଅର୍ଥ ବାବଦକୁ ଅତିରିକ୍ତ ବଜେଟରେ ୨୬୧୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। 


COMMERCIAL BREAK
SCROLL TO CONTINUE READING

୧. ଅତିରିକ୍ତ ବଜେଟରେ କୃଷକ କଲ୍ୟାଣ, ଖାଦ୍ୟ ନିରାପତ୍ତା, ଜଳସେଚନ ସୁବିଧା ପାଇଁ ମୋଟ ୩୦୬.୬୫ କୋଟି ଏବଂ ଟଙ୍କିକିଆ ଚାଉଳ ଯୋଗାଣ ପାଇଁ ୧୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଜନସ୍ୱାସ୍ଥ୍ୟ ସେବା ପାଇଁ ଅତିରିକ୍ତ ବଜେଟରେ ୮୬୭ କୋଟି ଟଙ୍କା ବ୍ୟୟବରାଦ ହୋଇଛି। 


୨. ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୬୩୮ କୋଟି ଟଙ୍କା ବ୍ୟୟବରାଦ କରାଯାଇଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ୍ ପାଇଁ ଅତିରିକ୍ତ ବଜେଟରେ ୫୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। 


୩. ବଜେଟରେ ମହିଳା ସଶକ୍ତିକରଣ ଓ ଶିଶୁ ବିକାଶ ପାଇଁ ୧୭୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ପାଇଁ ମୋଟ ୪୩୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି। 


୪. ଶିକ୍ଷା, କ୍ରୀଡା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ଅତିରିକ୍ତ ବଜେଟରେ ୨୦୮୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଅତିରିକ୍ତ ବଜେଟରେ ମୋଟ ୧୬,୮୦୦ କୋଟି ଟଙ୍କାର ବଜେଟରେ ବ୍ୟୟ ବରାଦ ହୋଇଛି।