Black Day: ଜୁନ ୨୫ ଅର୍ଥାତ୍ ଆସନ୍ତା କାଲି ବିଜେପି କଳା ଦିବସ ପାଳନ କରିବାକୁ ଯାଉଛି। ଜୁନ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ତେଣୁ ଏହି ଦିନକୁ ବିଜେପି କଳା ଦିବସ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛି। ଗଣତନ୍ତ୍ର ଏବଂ ଭାରତରେ ସମ୍ବିଧାନ କଂଗ୍ରେସ ଶାସନ ସମୟରେ ଅଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଥିବା ନେଇ ବିଜେପି ଅଭିଯୋଗ କରିଛି। ଆସନ୍ତାକାଲି ଏହି ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟକ୍ତିଙ୍କୁ ସମ୍ମାନୀତ କରାଯିବ।
ବିଜେପି ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ଭିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି । ଜୁନ ୨୫ରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ର ହତ୍ୟା କରିଥିଲା କଂଗ୍ରେସ । ବିରୋଧୀ ଦଳଙ୍କୁ ଜେଲରେ ପୁରେଇ ଥିଲେ, ୧୯ ମାସ ଧରି ତାନାଶାହି ଶାସନ ଚଳାଇ ଥିଲେ । କ୍ଷମତା ଖସିବା ଭୟରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ନିଜର ସ୍ୱାର୍ଥ ଓ ପଦବୀର ସୁରକ୍ଷା ପାଇଁ ସେ ଏପରି କରିଥିଲେ । ତେବେ ବିଜେପି ଏକ ଦାୟିତ୍ୱ ସମ୍ପନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବୋଲି କୁହାଯାଇଛି ।