Mohan Charan Majhi: ଭୁବନେଶ୍ୱର: କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା ସଂସ୍ଥା ଏ ସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ଆବଶ୍ୟକ। ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ  ସେ ସ୍ୱାସ୍ଥ୍ୟ ସଚିବ ଓ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


COMMERCIAL BREAK
SCROLL TO CONTINUE READING

ଏ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା ଜନିତ ସମସ୍ତ ନିୟମକୁ କଡାକଡି ପାଳନ କରିବା ପାଇଁ ସେ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


ଏଠାରେ କହି ରଖୁ କି କଟକର ପୁରୀଘାଟ ଥାନା ନିକଟରେ ଥିବାରୁ ଏକ ଘରୋଇ ନର୍ସିଂହୋମ୍‌ରେ ଆଜି ନିଆଁ ଲାଗିଯାଇଛି। ତୃତୀୟ ମହଲାରେ ଥିବା ଆଇସିୟୁରେ ଲାଗିଛି ନିଆଁ। ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ତୃତୀୟ ମହଲାରୁ ସିଡ଼ି ଲଗାଇ ଗୁରୁତର ରୋଗୀଙ୍କୁ ଉଦ୍ଧାର କରାଯାଉଛି। ଉଦ୍ଧାର ରୋଗୀଙ୍କୁ ଆମ୍ବୁଲାନ୍ସ ଯୋଗେ ଅନ୍ୟ ହସ୍ପିଟାଲ ସ୍ଥାନାନ୍ତର କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛି। ତେବେ ନର୍ସିଂହୋମରେ ନିଆଁ କେମିତି ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।