Kalia Scheme: ଆଜି ପବିତ୍ର ଉତ୍କଳ ଦିବସ (Utkal Divas)। ଏ ଅବସରରେ ରାଜ୍ୟର ଚାଷୀଭାଇଙ୍କୁ ଏକ ବଡ଼ ଉପହାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik)। ଉତ୍କଳ ଦିବସ (Utkal Divas)ଅବସରରେ  ଚାଷୀଙ୍କୁ କାଳିଆ ସହାୟତା (kalia assistance) ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ରାଜ୍ୟର ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୮୭୭ ଟଙ୍କାର କାଳିଆ ସହାୟତା (kalia assistance)ପଠାଯାଇଛି ।


COMMERCIAL BREAK
SCROLL TO CONTINUE READING

ଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର (odisha)ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଇଛନ୍ତି ମୁଖ୍ୟମନ୍ତ୍ରୀ(CM) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ଆଜି ପବିତ୍ର ଉତ୍କଳ ଦିବସ (Utkal Divas)ଅବସରରେ ରାଜ୍ୟର ଚାଷୀ ଭାଇ ଭଉଣୀମାନଙ୍କୁ କାଳିଆ ସହାୟତା (kalia assistance) ପ୍ରଦାନ କରିଛନ୍ତି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କୁ ୮୭୭ କୋଟି ଟଙ୍କା ସହାୟତା ଚାଷୀଙ୍କ ବ୍ଯାଙ୍କ ଖାତାକୁ ଦିଆଯାଇଛି । ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ଯାଣ ସହ ରାଜ୍ୟର ବିକାଶ ଯୋଡି ହୋଇ  ରହିଛି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଆର୍ଥିକ ବର୍ଷ ଆରମ୍ଭ କଲୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।



Also Read :  Mo Bus: ଆଜିଠୁ ଆଉ ୬ଟି ନୂଆ ରୁଟରେ ଗଡ଼ିଲା ମୋ ବସ୍


Also Read : Balasore News: ମେଡିକାଲ କଲେଜ ଛାତରୁ ପଡି ଛାତ୍ରଙ୍କ ମୃତ୍ୟୁ, ଶେଷ ମେସେଜରେ ବାପାଙ୍କୁ ଲେଖିଥିଲେ...


ଓଡ଼ିଶା ଆଜି ଖାଦ୍ୟ ଶସ୍ୟ ଉତ୍ପାଦନରେ ଆତ୍ମ ନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀ ମାନଙ୍କୁ ଦେଇଥିଲେ। ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି । କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି ନବୀନ । ରାଜ୍ୟରେ ପୁଷ୍ଟି ଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର୍ଯ୍ୟକରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀମାନଙ୍କୁ ଫସଲ ବିବିଧ କରଣ  ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ ।


ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଥିଲେ ଯେ, କାଳିଆ ଯୋଜନା (Kalia Scheme)ଚାଷୀମାନଙ୍କୁ ଆତ୍ମନିର୍ଭର କରିଛି । ଚାଷ ପାଇଁ ଧାର ଉଧାରରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି । ଆଜିର କାର୍ଯ୍ୟକ୍ରମକୁ ୫ଟି ସଚିବ ଭି.କେ ପାଣ୍ଡିଆନ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, କୃଷି ସଚିବ ଅରବିନ୍ଦ୍ର ପାଢ଼ୀ ପ୍ରମୁଖ ଆଜିର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।


Also Read : Balasore News: ୫ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ


Also Read : Rule Change From 1 April 2023: ଆଜିଠାରୁ ସୁନା, LPG, ଔଷଧର ମୂଲ୍ୟ ସହ ହେଲା ଏସବୁ ବଡ଼ ପରିବର୍ତ୍ତନ; ଦେଶର କୋଟି କୋଟି ଲୋକ ହେବେ ପ୍ରଭାବିତ!