Crime News: ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର
Advertisement
Article Detail0/zeeodisha/odisha2274731

Crime News: ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

Crime News: ପୁଲିସ ତଦନ୍ତ କରୁଥିବା ବେଳେ ଶବ ଚିହ୍ନଟ କରିବାକୁ ପ୍ରୟାସ ଆରମ୍ଭ କରିଛି। ତେବେ ଯେଉଁ ପରିସ୍ଥିତିରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଭରତପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Crime News: ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

Crime News: ଭରତପୁର ଥାନା ଅନ୍ତର୍ଗତ ନାକା ଗେଟ୍ ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ଭରତପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ରକ୍ତାକ୍ତ ଅବସ୍ଥାରେ ମୃତଦେହ ମିଳିଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୁଲିସ ତଦନ୍ତ କରୁଛି। 

ସୂଚନାଯୋଗ୍ୟ ଯେ, ଆଜି ପୂର୍ବାହ୍ନରେ ଭରତପୁର ଥାନା ନାକା ଗେଟ୍ ନିକଟରେ ରାସ୍ତା କଡ଼କୁ ଏକ ଖାଲରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାର ସ୍ଥାନୀୟ ଲୋକ ଦେଖିଥିଲେ। ପରେ ସେଠାରେ ଲୋକମାନେ ଭିଡ଼ ଜମାଇଥିଲେ। ସ୍ଥାନୀୟ ଲୋକ ପୁଲିସକୁ ଖବର ଦେବା ପରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରିଥିଲା। ତେବେ ପାରିପାର୍ଶିକ ସ୍ଥିତି ଯାଞ୍ଚ କରିବା ସହ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଥିଲା। ପୁଲିସକୁ କିନ୍ତୁ କିଛି ସୁରାଖ ମିଳିପାରି ନାହିଁ। 

ଅନ୍ୟପଟେ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ତଦନ୍ତ କରୁଥିବା ବେଳେ ଶବ ଚିହ୍ନଟ କରିବାକୁ ପ୍ରୟାସ ଆରମ୍ଭ କରିଛି। ତେବେ ଯେଉଁ ପରିସ୍ଥିତିରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଭରତପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।