Gold Silver Price: ଦିନକୁ ଦିନ ବଢୁଛି ସୁନା ଦର।  ସୁନା ଦରରେ ଲାଗୁନି ବ୍ରେକ୍ । ଆକାଶ ଛୁଆଁ ହେଉଛି ରେଟ୍ । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ହୁ ହୁ ହୋଇ ବଢିଚାଲିଛି । ଜଣେ ମଧ୍ୟବିତ ପରିବାରର ଲୋକେ ଏବେ ସୁନା ଗହଣା କିଣିବା ପାଇଁ ସାହାସ ବି କରିପାରୁ ନାହାନ୍ତି । ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ବୃଦ୍ଧି ପାଇଥିବା ବେଳେ ଆଜି ମଧ୍ୟ ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର? 


COMMERCIAL BREAK
SCROLL TO CONTINUE READING

ALSO READ: Petrol Diesel Price Today: ସପ୍ତାହ ଆରମ୍ଭରୁ ଭୁବନେଶ୍ବରରେ ବଢିଲା ପେଟ୍ରୋଲ୍ -ଡିଜେଲ୍ ରେଟ୍


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩, ୧୫୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୫୫୦ ଓ ୨୪ କ୍ୟାରେଟରେ ୬୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୩୦୦ ଟଙ୍କା ରହିଛି। ୨୨ କ୍ୟାରେଟରେ ୫୫୦  ଓ ୨୪ କ୍ୟାରେଟ୍ ରେ  ୬୦୦ ଟଙ୍କା ବୃଦ୍ଧି ପାଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୦୫୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୩ ,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୫୫୦ ଓ ୨୪ କ୍ୟାରେଟରେ ୬୦୦ ଟଙ୍କା ବୃଦ୍ଧି ପାଇଛି। 


ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ସୁନା ଶସ୍ତା ହୋଇଛି। ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୪,୦୭୦ ଟଙ୍କା ରହିଛି। ୨୨ କ୍ୟାରେଟରେ ୬୫୦ ଓ  ଓ ୨୪ କ୍ୟାରେଟରେ ୭୧୦ ଟଙ୍କା ଦର ହ୍ରାସ ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୩ ,୧୫୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୫୫୦ ଓ ୨୪ କ୍ୟାରେଟରେ ୬୦୦ ଟଙ୍କା ବୃଦ୍ଧି ପାଇଛି।