)
Gold Silver Price: ଗ୍ରାହକଙ୍କ ପାଇଁ ଖୁସି ଖବର। ଖସିଲା ସୁନା ରେଟ୍ । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ହୁ ହୁ ହୋଇ ବଢିଚାଲିଥିଲା। କିନ୍ତୁ ଆଜି ସୁନା ରେଟରେ ବ୍ରେକ୍ ଲାଗିଛି । ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪, ୧୨୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟରେ ମାତ୍ରା ୧୦ ଟଙ୍କା ହ୍ରାସ ପାଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୦୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪,୨୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।
ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪ ,୧୨୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ଖସିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ସୁନା ଶସ୍ତା ହୋଇଛି। ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୬୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୪,୯୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା କମିଛି।
ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୪ ,୧୨୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟରେ ୧୦ ଟଙ୍କା ହ୍ରାସ ପାଇଛି। ସେହିପରି ରୂପା କେଜି ପିଛା ୧୦୦ ଟଙ୍କା ଦର ହ୍ରାସ ପାଇ ୮୯,୯୦୦ ଟଙ୍କାରେ ପହଂଚିଛି।