Gold Silver Price: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ବାହାଘର ସିଜିନ୍ ପୂର୍ବରୁ ଖସିଲା ସୁନା ରେଟ୍। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଆଗକୁ ବିବାହ ସିଜିନ୍ ଥିବାରୁ ସୁନାର ଦର ବୃଦ୍ଧି ଗ୍ରାହକଙ୍କ ମୁଣ୍ତରେ ଚଡକ ପକାଇଥିଲା। ଗତକାଲି ଅପେକ୍ଷା ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୦ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଆଜି ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  


COMMERCIAL BREAK
SCROLL TO CONTINUE READING

ALSO READ: Petrol Diesel Price Today: ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ଦର, ଲିଟର ପିଛା ...


ALSO READ: Shani Vakri 2024 June: ଦୀର୍ଘ ଦଶନ୍ଧି ପରେ ଗୋଟିଏ ରାଶିରେ ଶନି ଓ ବୁଧଙ୍କ ମିଳନ, ଏହି ସବୁ ରାଶି ପାଇଁ ବଢିପାରେ ଅଡୁଆ, ଧନ ହାନୀ ସହ...


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୭୨,୦୦୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୨୦୦ ଟଙ୍କା ଓ ୨୪ କ୍ୟାରେଟ୍ ରେ ୨୩୦ ହ୍ରାସ ପାଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୧୫୦ ଟଙ୍କା ରହିଛି। ୨୨ କ୍ୟାରେଟରେ ୨୫୦ ଟଙ୍କା କମିଥିବା ବେଳେ  ୨୪ କ୍ୟାରେଟ୍ ରେ ୨୩୦ ଟଙ୍କା ହ୍ରାସ ପାଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୦୦୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୨,୦୦୦ ଟଙ୍କା ରହିଛି ।  ୨୨ କ୍ୟାରେଟରେ ୨୫୦ ଟଙ୍କା ଖସିଥିବା ବେଳେ ୨୪ କ୍ୟାରେଟ୍ ରେ ୨୩୦ ଟଙ୍କା କମିଛି। 


ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୬୬୦ ଟଙ୍କା ରହିଛି। ୨୨ କ୍ୟାରେଟରେ ମାତ୍ର ୨୦୦ ଟଙ୍କା କମିଥିବା ବେଳେ ୨୪ କ୍ୟାରେଟରେ ୨୨୦ ଟଙ୍କା ହ୍ରାସ ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୨,୦୦୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟରେ ୨୫୦ ଓ ୨୪ କ୍ୟାରେଟ୍ ରେ  ୨୩୦ ଟଙ୍କା ଦର ହ୍ରାସ ପାଇଛି।