Gold Silver Price: ପୁଣି ସୁନା ଦର ହେଲା ଆକାଶ ଛୁଆଁ। ଗତ ଦୁଇ ଦିନ ଧରି ସୁନା ଦରରେ କ୍ରମାଗତ ଭାବେ ହ୍ରାସ ପାଉଥିଲା ବେଳେ ଆଜି ପୁଣି ରେଟ୍ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ଟେନସନରେ ପକାଇଛି। ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ହୁ ହୁ ହୋଇ ବଢିଚାଲିଛି । ଜଣେ ମଧ୍ୟବିତ ପରିବାରର ଲୋକେ ଏବେ ସୁନା ଗହଣା କିଣିବା ପାଇଁ ସାହାସ ବି କରିପାରୁ ନାହାନ୍ତି। ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର? 


COMMERCIAL BREAK
SCROLL TO CONTINUE READING

ALSO READ: Shani Vakri 2024: ଶନିଙ୍କ ଓଲଟା ଚଳନ, ଏହି ରାଶିଙ୍କର ୫ ମାସ ପର୍ଯ୍ୟନ୍ତ ରହିବନି ଟଙ୍କାର ଅଭାବ!


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨, ୨୮୦ ଟଙ୍କା ରହିଛି।  ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୨୦ ଟଙ୍କା  ବୃଦ୍ଧି ପାଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୪୨୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟରେ ମାତ୍ର ୨୨୦ ଟଙ୍କା ବୃଦ୍ଧି ପାଇଛି। 


ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୨୫୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୨,୨୮୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୨୦ ଟଙ୍କା ବୃଦ୍ଧି ପାଇଛି। ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟରେ ୧୯୦ ଓ ୨୧୦ ଟଙ୍କା ବୃଦ୍ଧି ପାଇଛି। ସେହି-କ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୨ ,୨୮୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୨୦ ଟଙ୍କା ବଢିଛି।