Gold Rate Today: ସୁନା ବଜାରରେ ନିଆଁ।  ଦିର୍ଘ ଦିନର ବ୍ୟବଧାନ ପରେ ଆଜି ପୁଣି ଥରେ ରେକର୍ଡ଼ ଭାଙ୍ଗିଲା ସୁନାଦର। ଯାହା ଗ୍ରାହକଙ୍କୁ ଚିନ୍ତାରେ ପକାଇଛି। କାହିଁକିନା ଆଗକୁ ଆସୁଛି ବିବାହ ସିଜିନ୍। ବିବାହ ସିଜିନରେ ସୁନା ଦର ବୃଦ୍ଧି କେବଳ ଗ୍ରାହକଙ୍କୁ ନୁହେଁ ବ୍ୟବସାୟୀଙ୍କୁ ମଧ୍ୟ ଚିନ୍ତାରେ ପକାଇଛି। ଦର ବୃଦ୍ଧି ଯୋଗୁଁ ବ୍ୟବସାୟ ଏତେ ଖାସ୍ ହେଉନି। ତେବେ, ଆଜି ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ,ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  


COMMERCIAL BREAK
SCROLL TO CONTINUE READING

ALSO READ: Ketu Nakshatra Transit 2024: ଏହିସବୁ ରାଶିଙ୍କ ଭାଗ୍ୟ ଚମକାଇବେ କେତୁ, କର୍ମକ୍ଷେତ୍ରରେ ମିଳିବ ପଦୋନ୍ନତି ସହ...


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୭୩, ୦୯୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୬୫୦ ଓ  ୨୪ କ୍ୟାରେଟରେ ୭୧୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୨୪୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୬୫୦ ଓ  ୨୪ କ୍ୟାରେଟରେ  ୭୧୦ ଟଙ୍କା ବୃଦ୍ଧି ହୋଇଛି।  ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୦୯୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୬୫୦ ଓ ୨୪ କ୍ୟାରେଟରେ ୭୧୦ ଟଙ୍କା ଦର ବଢିଛି। 


ସେପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୩,୭୫୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୬୫୦ ଓ ୨୪ କ୍ୟାରେଟରେ ୭୧୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ , ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୩, ୦୯୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୬୫୦ ଓ ୨୪ କ୍ୟାରେଟରେ ୭୧୦ ଟଙ୍କା ବୃଦ୍ଧି ହୋଇଛି। ଦର ବୃଦ୍ଧି ଗ୍ରାହକଙ୍କୁ ବଡ଼ ଝଟକା ଦେଇଛି।