Today Gold-Silver Rate, Gold Silver Price: ମାର୍ଚ୍ଚ ୪ (ଶନିବାର) ରେ ଦେଶରେ ସୁନା ମୂଲ୍ୟ (Gold Price) ବୃଦ୍ଧି ଘଟିଥିବାବେଳେ ରୁପା ମୂଲ୍ୟ ସ୍ଥିର ରହିଛି । ଅନ୍ୟପଟେ ବୈଶ୍ୱିକ ବଜାର ଆଜି ବନ୍ଦ ରହିଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ସେପଟେ ଆଜି (ଶନିବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି ।  ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୪୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୧,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୭୫୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି (ଶୁକ୍ରବାର) ଅର୍ଥାତ ମାର୍ଚ୍ଚ ୩ରେ ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କା ଅଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୯୦ ଟଙ୍କା ଅଛି । ଯାହା ଗତକାଲି ୬,୬୯୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୩,୫୫୦ ଟଙ୍କା ଓ ରୁପା ୧୩,୦୮୦ ଟଙ୍କା ମିଳୁଛି ଶସ୍ତା 


ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩,୫୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୩,୦୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।


ଅଧିକ ପଢ଼ନ୍ତୁ:-ଭୀଷଣ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ ସାଙ୍ଗଙ୍କ ଜୀବନ, କିଛି ମିନିଟ୍ ପୂର୍ବେ ହିଁ ଇନଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ ଭିଡିଓ


ଅଧିକ ପଢ଼ନ୍ତୁ:-ପୁରୁଷଙ୍କୁ ଶିଳାଜିତ ଠାରୁ ଅଧିକ ଶକ୍ତି ପ୍ରଦାନ କରିଥାଏ ଏହି ଗଛର ପତ୍ର, ପ୍ରତିଦିନ କରନ୍ତୁ ସେବନ!


ଅଧିକ ପଢ଼ନ୍ତୁ:-ଗୋଟିଏ ପରାଜୟ ଓ ସବୁକିଛି ଶେଷ! କ'ଣ ଏବେବି WTC ଫାଇନାଲରେ ପହଞ୍ଚିପାରିବ ଭାରତ, ଜାଣନ୍ତୁ ସମୀକରଣ


ଗହଣା ବଜାରର ଗଣିତକୁ ବୁଝନ୍ତୁ 


ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।