Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କିଛି ଦିନ ହେବ ସୁନା ଦର କମିଥିବା ବେଳେ ପୁଣି ଆଜି ବଢ଼ିଥିବା ଦେଖିବାକୁ ମିଳିଛି। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୧୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୨୦୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୨୯୦ ଟଙ୍କା ଯାହାକି ଗତ କାଲି ଥିଲା ୬୨,୦୭୦ ।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୧୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି  ୬୨,୨୯୦  ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୬,୭୨୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୨୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୬,୭୨୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୭,୬୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୮୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୨୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୨୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୮୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୧୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୨୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୬,୭୨୦ ଟଙ୍କା ରହିଛି ।