Gold Price Today: ଗ୍ରାହକଙ୍କ ପାଇଁ ଖୁସି ଖବର। ବାହାଘର ସିଜିନରେ ଶସ୍ତା ହେଲା ସୁନା (Gold Silver Price Today) । ଆଉ ସବୁଠୁ ବଡ଼ କଥା ହେଉଛି ଆରମ୍ଭ ହୋଇ ଯାଇଛି ଭାଲେନଟାଇନ୍ 'ଓ୍ବିକ୍ (Valentine's Week )। ଯଦି ଆପଣ ନିଜ ଜୀବନ ସାଥୀଙ୍କୁ କୌଣସି ସୁନା-ରୂପା ଅଳଙ୍କାର ଉପହାର ଦେବା ପାଇଁ ପ୍ଲାନ୍ କରିଛନ୍ତି। ତେବେ, ଏହି ଖବର ବେଶ୍ ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ଯଦି ଆପଣ ଆଜି ଗହଣା କିଣିବାକୁ ଚାହୁଁଛନ୍ତି । ତେବେ, ଜାଣି ରଖନ୍ତୁ କେଉଁ ସହରରେ କେତେ ରହିଛି ସୁନା ରେଟ୍? ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ରହିଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨, ୯୫୦।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୧୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୧୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୩୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୬୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୮୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୧୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୩୩୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୭୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨, ୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୧୦ ଟଙ୍କା ରହିଛି ।