Gold Rate Today: ଏବେ ବିବାହ ଋତୁ ଚାଲିଛି। କିଛି ଦିନ ହେବ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି । ପୁଣି ବେଲଗାମ୍ ହୋଇଛି ସୁନା ଦର। ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି। (gold price Hike today )। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ନଜର ପକାନ୍ତୁ ଆଜି ସୁନା ଦର କେଉଁ ସହରରେ କେତେ ରହିଛି। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୨୫୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩, ୨୩୦ ଯାହା କି ଗତ କାଲି ଥିଲା ୬୩,୦୦୦।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୦୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୦୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୫୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୫୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୧୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୯୨୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୧୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୮୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୦୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୪୫୦ ଟଙ୍କା ରହିଛି ।