Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ୧୦ ଗ୍ରାମ ପିଛା ୬୦ ହଜାର ପାର୍ କରିଛି ୨୨ କ୍ୟାରେଟ୍ ସୁନା ମୂଲ୍ୟ। ଗତ କିଛି ଦିନ ହେବ ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ଗ୍ରାମ ପିଛା ୩୯ ଟଙ୍କା ହ୍ରାସ ଘଟିଥିବା ଦେଖିବାକୁ ମିଳିଛି, ଯାହାକି ଆଦୌ ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇନାହିଁ। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ଚାହୁଁଥିବା ଲୋକମାନଙ୍କର ଚିନ୍ତା ବଢ଼ିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୦,୩୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୩୯୦ ଟଙ୍କା ହ୍ରାସ ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୫,୮୫୦ ଟଙ୍କା ଯାହାକି ଗତ କାଲି ଥିଲା ୬୬,୨୬୦ ।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୦,୩୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୯,୩୮୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୦,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୮୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୯,୩୮୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୧,୧୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୬୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୦,୦୫୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୦,୫୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୪୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୯,୮୨୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୦,୭୪୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୯୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୪୯,୫୦୦ ଟଙ୍କା ରହିଛି ।