Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଗତ ସପ୍ତାହରେ ସୁନା ଦର କ୍ରମାଗତ ଭାବେ ଖସିଥିଲା ବେଳେ ଆଜି ପୁଣି ଥରେ ସୁନା ଦରରେ ପରିବର୍ତ୍ତନ ହୋଇଛି ।  ପୁଣି ବେଲଗାମ୍ ହୋଇଛି ସୁନା ଦର।  ଆଜି ଭାରତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି।  (gold price Hike today )। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ନଜର ପକାନ୍ତୁ ଆଜି ସୁନା ଦର କେଉଁ ସହରରେ କେତେ ରହିଛି। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୮୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩, ୦୫୦ ଯାହା କି ଗତ କାଲି ଥିଲା ୬୨,୯୫୦।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୮୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୦୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୯୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୦୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୯୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୧୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୩୬ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୯୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୨୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୪୧୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୮୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୦୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୯୦ ଟଙ୍କା ରହିଛି ।