Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଚିନ୍ତା ବଢ଼ାଇଛି ସୁନା। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୦୦୦ ଟଙ୍କା ରହିଛି, ଏହି ସମାନ ଦର ୨ ଦିନ ହେବ ଚାଲୁଥିବା ଦେଖିବାକୁ ମିଳିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ଟଙ୍କା ୬୩,୨୭୦।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୦୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୨୭୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୦୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୨୭୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୫୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୬୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୯୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୦୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୧୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୮୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୦୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୨୭୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୪୫୦ ଟଙ୍କା ରହିଛି ।