Gold Rate: ପୁଣି ଦେଶରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ଦାମ୍..
Advertisement

Gold Rate: ପୁଣି ଦେଶରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ଦାମ୍..

Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର।

Gold Rate: ପୁଣି ଦେଶରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ଦାମ୍..

Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୬୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୮୯୦ ଯାହା କି ଗତ କାଲି ଥିଲା ୬୧, ୮୦୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୬୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୭୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୬୭୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୨୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୭୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୮୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୯୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୬୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୭୦ ଟଙ୍କା ରହିଛି ।

Also Read: Gold Rate Today:ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ....