Gold Rate: ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ହୁ ହୁ ହୋଇ ବଢିଚାଲିଛି। ଜଣେ ମଧ୍ୟବିତ ପରିବାରର ଲୋକେ ଏବେ ସୁନା ଗହଣା କିଣିବା ପାଇଁ ସାହାସ ବି କରିପାରୁ ନାହାନ୍ତି । ଆଜି ମଧ୍ୟ ସୁନା ଦାମରେ ସ୍ଥିରତା ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର?


COMMERCIAL BREAK
SCROLL TO CONTINUE READING

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮, ୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪, ୬୨୦ ଟଙ୍କା ରହିଛି । ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪,୭୭୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୮୦୦ ଓ ୨୪  କ୍ୟାରେଟ୍ ରେ ୮୭୦ ଟଙ୍କା ବୃଦ୍ଧି ପାଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮, ୪୦୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୪ ,୬୨୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୮୦୦ ଓ  ୨୪ କ୍ୟାରେଟରେ ୮୭୦ ଟଙ୍କା ବୃଦ୍ଧି ପାଇଛି।


ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ସୁନା ରେଟ୍ ବୃଦ୍ଧି ପାଇଛି। ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୪, ୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୮୦୦ ଓ ୨୪ କ୍ୟାରେଟ୍ ରେ ୮୮୦ ଟଙ୍କା ବୃଦ୍ଧି ପାଇଛି। ସେହି-କ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୪ ,୬୨୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟର ଦାମ୍ ୭୪, ୬୨୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୮୦୦ , ୨୪ କ୍ୟାରେଟ୍ ରେ ୮୭୦ ଓ ୧୮ କ୍ୟାରେଟ୍ ରେ ୬୫୦  ଟଙ୍କା ବୃଦ୍ଧି ପାଇଛି।