Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ଗ୍ରାମ ପିଛା ୧ ଟଙ୍କା ହ୍ରାସ ପାଇଛି ସୁନା ମୂଲ୍ୟ। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ୧୦ ଗ୍ରାମ ପିଛା ୬୭  ହଜାର ପାର୍ କରିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୭,୫୪୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦ ଟଙ୍କା ହ୍ରାସ ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୩,୬୮୦।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୭,୫୪୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୩,୬୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୫,୨୬୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୭,୫୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି  ୭୩,୬୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୫୫,୨୬୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୮,୪୪୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୪,୬୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୬,୦୬୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୭,୫୪୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୪,୬୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୫,୨୬୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୭,୫୪୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୩,୬୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୫,୨୬୦ ଟଙ୍କା ରହିଛି ।