Gold Rate: ଜାଣନ୍ତୁ ଆଜି ରାଜଧାନୀ ଭୁବନେଶ୍ୱରରେ କେତେ ରହିଛି ଭରି ପିଛା ଦର..
Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ସୁନା ଦରରେ ସ୍ଥିରତା ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର।
Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ସୁନା ଦରରେ ସ୍ଥିରତା ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୫୯୦ ଟଙ୍କା ରହିଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୮୩୦ ଟଙ୍କା।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୫୯୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୨୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୫୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୨୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୧୬୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୪୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୭୪୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୪୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୫୯୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୮୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୨୦ ଟଙ୍କା ରହିଛି ।