Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ସୁନା ଦର ଗ୍ରାମ ପିଛା ୧ ଟଙ୍କା ହ୍ରାସ ପାଇଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୩ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୩,୨୪୦ ଟଙ୍କା ରହିଛି ।ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୮,୯୯୦।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୩୨୪ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୮୯୯ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୧୭୪ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୩୨୪  ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୮୯୯ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୧୭୪ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୬୪୬ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୦୫୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୨୯୫ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୩୩୯ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୯୧୪ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୧୮୬ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୩୨୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୮୯୯ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୧୭୪ ଟଙ୍କା ରହିଛି।