Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ସୁନା ଦର ଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ପାଇଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୩ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୩,୪୧୦ ଟଙ୍କା ରହିଛି ଯାହା ଗତ କାଲି ଅପେକ୍ଷା ୧୦ ଟଙ୍କା ବୃଦ୍ଧି ଘଟିଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୯,୧୭୦ ।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୩୪୧ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୯୧୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୧୮୯ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୩୪୧  ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୯୧୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୧୮୯ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୪୧୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୯୯୭ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୨୫୪ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୩୫୬ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୯୩୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୨୦୩ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୩୪୧ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬,୯୧୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୧୮୯ ଟଙ୍କା ରହିଛି।