Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଖୁସି ଖବର। ଗତ ସପ୍ତାହରେ ସୁନା ଦର ଲଗାତର ଭାବେ ବୃଦ୍ଧି ପାଉଥିଲା। ଆଉ ବିବାହ ସିଜିନ୍ ରେ ସୁନା କିଣିବାକୁ ସାହାସ କରିପାରୁନଥିଲେ ଲୋକେ। ଏବେ ଦର ଖସିବାରୁ ଗ୍ରାହକମାନେ ଏହି ମାସରେ ସୁନା ଗହଣା କିଣିପାରିବେ। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୧୫୦ ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩,୪୪୦ ଟଙ୍କା।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୦୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୩୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୯୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୫୮୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୭୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୦୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୦୮୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୩୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୫୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୧୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୮୦ ଟଙ୍କା ରହିଛି ।


Also Read: Gold Rate: ଗ୍ରାହକଙ୍କ ପାଇଁ ଖୁସି ଖବର, ଖସିଲା ସୁନା ଦର