Gold Rate Today: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ଖସିଥିବା ଦେଖିବାକୁ ମିଳିଛି। ମାତ୍ର ଏହା ଗ୍ରାହକଙ୍କୁ ସେତେଟା ଖୁସି କରି ପାରିନାହିଁ, କାରଣ ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୬ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୧୯୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦ ଟଙ୍କା ହ୍ରାସ ଘଟିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୨,୨୧୦।


COMMERCIAL BREAK
SCROLL TO CONTINUE READING

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୬୪୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୪୪ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୩୩ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୬୧୯  ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୨୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୧୫ ଟଙ୍କା ରହିଥିବା ଦେଖିବାକୁ ମିଳିଛି।


ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୬୯୭ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୦୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୮୬ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୬୩୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୫୪ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୨୮ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୬୧୯ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୩୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୫,୪୨୮ ଟଙ୍କା ରହିଛି ।