Gold Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରେକର୍ଡ ଦରରୁ ୩୯୦୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1587990

Gold Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରେକର୍ଡ ଦରରୁ ୩୯୦୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍

Gold Silver Price: ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ରବିବାର) ବଜାର ବନ୍ଦ ଥିବାରୁ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୧୮୦ ଟଙ୍କା ରହିଛି । 

Gold Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରେକର୍ଡ ଦରରୁ ୩୯୦୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍

Today Gold-Silver Rate, Gold Silver Price: ଆଜି ଅର୍ଥାତ ଫେବୃଆରୀ ୨୭ (ସୋମବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟ ବର୍ତ୍ତମାନ ସ୍ଥିର ରହିଛି । ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ରବିବାର) ବଜାର ବନ୍ଦ ଥିବାରୁ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୧୮୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୧୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ମଧ୍ୟ ସ୍ଥିର ରହିଛି ।  ଫଳରେ ୧୦ ଗ୍ରାମ ସୁନା ଦର ୫୧,୫୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୫୦୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ସ୍ଥିର ରହିଛି । ଗତକାଲି ରୁପା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ଆଜି ରୁପା ମୂଲ୍ୟ ସ୍ଥିର ରହିଛି ।  ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ଅଛି । ଯାହା ଗତକାଲି ୬,୭୫୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୩,୯୦୦ ଟଙ୍କା ଓ ରୁପା ୧୨,୪୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩,୯୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୨,୪୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ:-LIC ପଲିସି ଉପରେ ଋଣ ନେବା ଅତି ସହଜ, ଜାଣନ୍ତୁ ଅନଲାଇନ୍ ଓ ଅଫଲାଇନରେ ଅପ୍ଲାଇ କରିବାର ପ୍ରକ୍ରିୟା

ଅଧିକ ପଢ଼ନ୍ତୁ:-କେଉଁ ପକେଟରେ ରଖିବା ଉଚିତ୍ ଫୋନ୍, ୧୦୦ରୁ ୧୦୦ ଜଣ ଜାଣନ୍ତିନି ଏହାର ଉତ୍ତର; ଯଦି ଭୁଲ ପକେଟରେ ରଖୁଛନ୍ତି ତ ହୋଇଯିବେ ନପୁଂସକ!

ଅଧିକ ପଢ଼ନ୍ତୁ:-ବୁଡ଼ି ଯିବ LIC ଟଙ୍କା!

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।