Gold-Silver Price: ଆଜି (ଶନିବାର) ଅର୍ଥାତ ଏପ୍ରିଲ ୨୨ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ଶନିବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୮୨୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୧,୧୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୭୫୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୦୫୦ ଟଙ୍କା ଥିଲା । 
 
ସେହିପରି ଆଜି ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୯୦୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୯୦ ଟଙ୍କା ରହିଛି । ଯାହା ଗତକାଲି ୭,୭୬୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ଅଲଟାଇମ୍ ହାଇରୁ ସୁନା ୯୦୦ ଟଙ୍କା ଓ ରୁପା ୩,୦୮୦ ଟଙ୍କା ଶସ୍ତା ମିଳୁଛି


ଏପ୍ରିଲ ୨୦୨୩ ମାସରେ ସୁନା (Gold Price) ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା ।​ ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୯୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି​ ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୦୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 


ଅଧିକ ପଢ଼ନ୍ତୁ-ବୁଧଙ୍କ ରାଶିରେ ଗୋଚର କରିବେ ଶୁକ୍ର ଗ୍ରହ, ଏହି ୩ଟି ରାଶି ଉପରେ ବର୍ଷିବ ବିପୁଳ ଧନ!


ଅଧିକ ପଢ଼ନ୍ତୁ-ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ସରକାର କଲେ ବଡ଼ ଘୋଷଣା, ୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା, ଆକାଉଣ୍ଟକୁ ଆସିବ ମୋଟା ଅଙ୍କର ଟଙ୍କା


ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।